ଗହୀରମଥାରେ ଅଲିଭ୍‌ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ

ରାଜନଗର, ୫।୪(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ପ୍ରଥମ ଦିନରେ ପ୍ରାୟ ୮୦ ହଜାର କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବା ବନ ବିଭାଗ ସୂତ୍ରରୁ ଜଣାପଡିଛି। ଅଲିଭ ରିଡ୍‌ଲେ ମା’ କଇଁଛମାନେ କୂଳଠାରୁ ୧ କିମି ଭିତରେ ଦୀର୍ଘ ୨ମାସ ହେଲା ଭିଡ ଜମାଇ ଥିଲେ ମଧ୍ୟ ପାଗ ଅନୁକୂଳ ହେଉ ନ ଥିବାରୁ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେଉ ନ ଥିଲେ। ବୁଧବାରଠାରୁ ପାଗ ଶୁଖିଲା ସାଙ୍ଗକୁ ଦକ୍ଷିଣା ପବନ ବୋହିବାରୁ ଗୋଟିଏ ଦିନରେ ୮୦ ହଜାର ମା’ ଅଲିଭ ରିଡ୍‌ଲେ ଗଣ ଅଣ୍ଡାଦାନ କରିଛନ୍ତି।
ବୁଧବାର ସନ୍ଧ୍ୟାରୁ ହଠାତ୍‌ ଦଳ ଦଳ ହୋଇ ମା’ କଇଁଛମାନେ ଗହୀରମଥାର ନାସୀ-୨ ବାଲୁକା ଶଯ୍ୟାକୁ ଉଠି ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିଲେ। ଭୋର ଯାଏ ଏହି ପ୍ରକ୍ରିୟା ଜାରି ରହିଥିଲା। ପ୍ରଥମଦିନରେ ଏହି ସଂଖ୍ୟା ଭଲ ଥିବାରୁ ଓ ମା’ କଇଁଛମାନେ କୂଳରେ ଥିବାରୁ ଚଳିତବର୍ଷ ରେକର୍ଡ ସଂଖ୍ୟକ ଗଣ ଅଣ୍ଡାଦାନ ହେବା ନେଇ ଆଶା ପ୍ରକାଶ ପାଇଛି। ମା’ କଇଁଛମାନେ ବେଳାଭୂମି ବାଲିରେ ପଛପଟ ଗୋଡରେ ୧ ଫୁଟରୁ ଦେଢ ଫୁଟ ଗଭୀର ଗାତ ଖୋଳିଥାନ୍ତି। ଗାତ ଖୋଳିବା ପରେ ମା’ କଇଁଛ ପ୍ରାୟ ୧୦୦ଟି ଉପରେ ଅଣ୍ଡା ଦେଇଥାଏ। ପ୍ରତ୍ୟେକ ଅଣ୍ଡାର ଆକାର ଗୋଟିଏ ପିଙ୍ଗ ପିଙ୍ଗ ବଲ ପରି। ଅଣ୍ଡାର ଖୋଳପା ନମନୀୟ ହୋଇଥିବାରୁ ଅଣ୍ଡା ଗାଳିବା ସମୟରେ ତାହା ଫାଟି ନ ଥାଏ। ଅଣ୍ଡା ଦେଇ ସାରିବା ପରେ ମା’ କଇଁଛ ତା’ର ଗାତକୁ ବାଲି ଘୋଡ଼ାଇ ଲୁଚାଇ ପକାଇ ପୁଣି ସମୁଦ୍ରକୁ ଫେରିଯାଏ। ସୂର୍ଯ୍ୟଙ୍କ ଉତ୍ତାପରେ ଉଷୁମ ହୋଇ ଅଣ୍ଡାଗୁଡ଼ିକରୁ ୪୫ ରୁ ୬୦ ଦିନ ମଧ୍ୟରେ କଇଁଛ ଶାବକ ବାହାରିଥାନ୍ତି। ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ଏମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅଣ୍ଡାଦାନ ସ୍ଥଳକୁ ବାଡ଼ ବୁଜାଯିବା ସହ ବନ କର୍ମଚାରୀମାନେ ଅଣ୍ଡାଦାନ ସ୍ଥଳକୁ ଜଗି ରହିଛନ୍ତି। ରାଜନଗର ଓ ଭଦ୍ରକ ଡିଭିଜନ ପକ୍ଷରୁ ଅଲିଭରିଡ୍‌ଲେଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ, ଗହୀରମଥା ରେଞ୍ଜ ଅଫିସର ପ୍ରଦୋଷ କୁମାର ମହାରଣା ପ୍ରମୁଖ ଅଣ୍ଡାଦାନ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି। ଚଳିତବର୍ଷ ଶତାଧିକ ଅଲିଭ ରିଡ୍‌ଲେଙ୍କ ମୃତ୍ୟୁ ଉଦ୍‌ବେଗ ସୃଷ୍ଟି କରିଥିଲା। କଇଁଛଙ୍କ ମୃତ୍ୟୁ ସାଙ୍ଗକୁ ଠିକ୍‌ ସମୟରେ ପ୍ରତିକୂଳ ପାଗ ଯୋଗୁ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ବିଳମ୍ବ ହୋଇଥିଲା। କୂଳରେ କଇଁଛ ଥିବାରୁ ଚଳିତବର୍ଷ ରେକର୍ଡ ସଂଖ୍ୟକ ଗଣଅଣ୍ଡାଦାନ ହେବା ନେଇ ଆଶା ପ୍ରକାଶ ପାଇଛି। ବନ ବିଭାଗ ରିପୋର୍ଟ ମୁତାବକ, ୨୦୧୯-୨୦ରେ ୪ ଲକ୍ଷ ୭ହଜାର ୨୦୪ଟି କଇଁଛ, ୨୦୨୦-୨୧ରେ ୩ ଲକ୍ଷ ୪୯ ହଜାର ୬୪୯, ୨୦୨୧-୨୨ରେ ୫ ଲକ୍ଷ ୧ହଜାର ୧୫୭ଟି କଇଁଛ, ଗତବର୍ଷ ୨୦୨୨-୨୩ରେ ୫ ଲକ୍ଷ ୧୨ ହଜାର ୧୩୫ କଇଁଛ ଗଣଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri