ଚଳିତବର୍ଷ ପଡ଼ୁଛି ବିରଳ ରଥଯାତ୍ରା:ଶୃଙ୍ଖଳିତ ପରିଚାଳନା ପାଇଁ ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ

ପୁରୀ,୧୮ା୬(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଏବଂ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସ୍ନାନଯାତ୍ରା ଓ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସୁପରିଚାଳନା କରିବା ପାଇଁ ସୋମବାର ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ, ନୀତି ପ୍ରଶାସକ, ସୁରକ୍ଷା ପ୍ରଶାସକ, ଜିଲାପାଳ ଏବଂ ଏସ୍‌ପି ପ୍ରମୁଖ ଉପସ୍ଥିତ ଥିଲେ।
ପରେ ଆଇନ ମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ଆସନ୍ତା ସ୍ନାନଯାତ୍ରା ଓ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ନେଇ ଆଲୋଚନା ହୋଇଛି। ଚଳିତବର୍ଷର ରଥଯାତ୍ରା ବିରଳ। ୧୯୭୧ ମସିହା ପରେ ଏପରି ଏକ ରଥଯାତ୍ରା ଚଳିତ ବର୍ଷ ପଡୁଛି। ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁରେ ସମ୍ପନ୍ନ ହେବ ସେ ନେଇ ରାଜ୍ୟ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ସେବକ, ଭକ୍ତ ସମସ୍ତଙ୍କ ଦାୟିତ୍ୱ ରହିଛି। ସମସ୍ତଙ୍କ ସହଯୋଗରେ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ପଡ଼ିବ। ରଥାରୂଢ଼ ଠାକୁରଙ୍କୁ ଶୃଙ୍ଖଳିତ ଭାବେ ଦର୍ଶନ କରିବା ଭକ୍ତଙ୍କ ଦାୟିତ୍ୱ। ୧୯୭୧ ମସିହା ପରି ଚଳିତବର୍ଷର ରଥଯାତ୍ରା ଆମ ପାଇଁ ବଡ଼ ଦାୟିତ୍ୱ। ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ମୁଖ୍ୟମନ୍ତ୍ରୀ ମଧ୍ୟ ରଥଯାତ୍ରାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ନାନଯାତ୍ରାର ନୀତିନିର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବାବେଳେ ରଥଯାତ୍ରା ନୀତି ନେଇ ପ୍ରସ୍ତୁତି ଚାଲିଛି। ଆସନ୍ତା ୧୯ ତାରିଖରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ସମସ୍ତଙ୍କ ଲକ୍ଷ୍ୟ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସୁରୁଖୁରୁରେ ହେଉ। ମହାପ୍ରଭୁଙ୍କ ଆର୍ଶୀବାଦରେ ତଥା ସମସ୍ତଙ୍କ ସହଯୋଗରେ ରଥଯାତ୍ରା ଶୃଙ୍ଖଳିତ ହେବ। ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବାବେଳେ ସେବାୟତମାନଙ୍କ ସହ ଆଲୋଚନା ହୋଇଛି। ଦଇତାପତି ନିଯୋଗ ସହ ମଧ୍ୟ ଆଲୋଚନା ହୋଇଥିବାବେଳେ ନୀତି ଶୃଙ୍ଖଳିତ କରାଯାଇ ସବୁ କାର୍ଯ୍ୟ କରାଯିବ। ୧୯୭୧ ମସିହାରେ ହୋଇଥିବା ରଥଯାତ୍ରା ଦିନର ନୀତି ନିର୍ଘଣ୍ଟକୁ ସମୀକ୍ଷା କରାଯାଇଛି। ଆଗାମୀ ରଥଯାତ୍ରା ଦିନ ଆହୁରି ନୀତି ଶୀଘ୍ର କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ତେବେ ମହାପ୍ରଭୁ ତାଙ୍କ ଯାତ୍ରାକୁ ନିଜେ କରାଇଥାନ୍ତି, ଆମେ କେବଳ ସହଯୋଗୀ ଭାବେ କାର୍ଯ୍ୟ କରିଥାଉ। ରଥଯାତ୍ରା ଯେପରି ଶୃଙ୍ଖଳିତ ହେବ ସେଥିରେ ଶ୍ରୀମନ୍ଦିର ଅଧିକାରୀମାନଙ୍କର କ’ଣ ସବୁ ଭୂମିକା ରହିଛି ସେ ନେଇ ଆଲୋଚନା କରାଯାଇଛି। ଅଧିକାରୀମାନେ ସେମାନଙ୍କ ମତାମତ ପ୍ରଦାନ କରିଛନ୍ତି। ରଥଯାତ୍ରା ସରିବା ପରେ ଭକ୍ତଙ୍କ ଦର୍ଶନ ଓ ମହାପ୍ରଭୁଙ୍କ ନୀତିକାନ୍ତିକୁ ପ୍ରାଥମିକତା ଦିଆଯିବ। ଶୃଙ୍ଖଳିତ ଦର୍ଶନ ନିମନ୍ତେ ଯାହା ସବୁ ପଦକ୍ଷେପ ନିଆଯିବା କଥା ସେସବୁ ଗ୍ରହଣ କରାଯିବ। ଦୁଇ-ତିନି ମାସ ମଧ୍ୟରେ ଏ ନେଇ ପ୍ରସ୍ତୁତ କରାଯିବ। ତେବେ ଚଳିତବର୍ଷର ରଥଯାତ୍ରା ଆୟୋଜନ ମୁଖ୍ୟ ଚ୍ୟାଲେଞ୍ଜ ରହିବ। ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ୪ରୁ ୫ ଲକ୍ଷ ଭକ୍ତଙ୍କ ଅଧିକ ସମାଗମ ହେବାର ଆଶା ରହିଛି ବୋଲି ଆଇନମନ୍ତ୍ରୀ କହିଛନ୍ତି। ବୈଠକ ସରିବା ପରେ ଆଇନମନ୍ତ୍ରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ସମ୍ପର୍କରେ ସେବାୟତଙ୍କ ସହ ଆଇନମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ହରିଚନ୍ଦନ ପହଞ୍ଚତ୍ବା ପରେ ପ୍ରଥମେ ଅରୁଣସ୍ତମ୍ଭକୁ ମୁଣ୍ଡିଆ ମାରିବା ସହ ସିଂହଦ୍ୱାର ସମ୍ମୁଖରେ ଲମ୍ବହୋଇ ପ୍ରଣିପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?