ଘୋଷଯାତ୍ରାରେ ବିରଳ ଦୃଶ୍ୟ: ସମୁଦ୍ର ପାଣିକୁ ଦୁଇ ଭାଗ କଲେ ଷଣ୍ଢ

ପୁରୀ, ୧୮।୭(ଅଜିତ୍ ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ସହ ପବିତ୍ର ସମୁଦ୍ରରେ ସ୍ନାନ କରି ପୁଣ୍ୟଲାଭ କରୁଛନ୍ତି। ଭକ୍ତମାନଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ସ୍ନାନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ପୋଲିସ, ଅଗ୍ନିଶମ ଓ ଜୀବନରକ୍ଷକ ଦଳକୁ ନିୟୋଜିତ କରାଯାଇଛି।

ଏହି ମଧ୍ୟରେ ଶନିବାର ପୂର୍ବାହ୍ନରେ ସ୍ୱର୍ଗଦ୍ୱାର ବେଳାଭୂମିରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଦୁଇଟି ଷଣ୍ଢ ସମୁଦ୍ରର ପାଣି ମଧ୍ୟରେ ପରସ୍ପର ସହ ଲଢ଼େଇ କରୁଥିବା ଦେଖି ଉପସ୍ଥିତ ଭକ୍ତ ଓ ପର୍ଯ୍ୟଟକମାନେ କିଛି ସମୟ ପାଇଁ ଅଟକି ଯାଇଥିଲେ। ସମୁଦ୍ରର ଉଚ୍ଚ ଲହରିକୁ ଖାତିର ନ କରି ଉଭୟ ଷଣ୍ଢ ଲଢ଼େଇ ଜାରି ରଖିଥିଲେ।

ଘଟଣା ଦେଖି ବେଳାଭୂମିରେ ଉପସ୍ଥିତ ଲୋକମାନଙ୍କ ମଧ୍ୟରେ କିଛି ସମୟ ପାଇଁ କୌତୁହଳ ସୃଷ୍ଟି ହୋଇଥିଲା। କେତେକ ଲୋକ ଷଣ୍ଢ ଦୁଇଟିକୁ ସେଠାରୁ ଘଉଡ଼ାଇବା ପାଇଁ ପାଟି କରିବା ସହ ସେମାନଙ୍କୁ ସମୁଦ୍ରରୁ ବାହାର କରିବାକୁ ଉଦ୍ୟମ କରିଥିଲେ। ତେବେ ଏହି ଘଟଣାରେ କୌଣସି ଭକ୍ତ କିମ୍ବା ପର୍ଯ୍ୟଟକ ଆହତ ହୋଇଥିବାର ସୂଚନା ମିଳିନାହିଁ।

ଘୋଷଯାତ୍ରା ଅବସରରେ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଥିବାରୁ ବେଳାଭୂମି ସମେତ ସହରର ସମସ୍ତ ପ୍ରମୁଖ ସ୍ଥାନରେ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri