ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର ଲଞ୍ଚ ଘୋଲା ମାଦେଲି, ଚଟକା, ହୁକିଟୋଲା ଓ ଷୋଳ ମୁହାଣ ଆଦି ତ୍ରିକୋଣ ଭୂମି ଅବବାହିକା ଅଞ୍ଚଳରୁ ମତ୍ସ୍ୟଜୀବୀମାନେ ଟ୍ରଲର ଓ ବୋଟ୍‌ ଯୋଗେ ବେଆଇନ ଭାବେ ମାଛ ମାରିବା ସହ ବିରଳ ସାମୁଦ୍ରିକ ସବୁଜ ଶାମୁକା ଧରି ଜଳପଥରେ ଚାଲାଣ କରୁଥିବା ନିଜ ନାମ ଗୋପନ ରଖି ମତ୍ସ୍ୟଜୀବୀମାନେ କହିଛନ୍ତି। ଏହି ବିରଳ ସବୁଜ ଶାମୁକାର ମୂଲ୍ୟ ବିଦେଶରେ କିଗ୍ରା ପ୍ରତି ୫୦୦ ଟଙ୍କାରେ ବିକ୍ରି ହେଉଛି। ଏହାର ଲାଳ ଓ ମାଂସରୁ ବିଭିନ୍ନ ରୋଗର ମହୌଷଧି ପ୍ରସ୍ତୁତ ହେଉଥିବା କୁହାଯାଉଛି।
ବିଶେଷକରି ବର୍ଷାଋତୁରେ ସମୁଦ୍ରକୂଳ ବାଲି ପଟୁମାଟିରେ ଜୀବନ୍ତ ସବୁଜ ଶାମୁକା ବିଚରଣ କରନ୍ତି। ଚତୁରତାର ସହିତ ମାଛଧରାଳି ଏହାକୁ ଧରି ବସ୍ତା ଓ ଜାଲରେ ଭର୍ତ୍ତି କରିଥାନ୍ତି। ପରେ ଦଲାଲମାନଙ୍କ ସହ ଯୋଗାଯୋଗ କରି ମଝି ସମୁଦ୍ରରେ ଅନ୍ୟ ଡଙ୍ଗାରେ ପଡ଼ୋଶୀ ଜିଲାକୁ ସମୁଦ୍ର ପଥରେ ଚାଲାଣ ହୋଇଥାଏ। ସେଠାରୁ ଟ୍ରକ୍‌ ଯୋଗେ କୋଲକାତା, ଭାଇଜାଗ୍‌ ଦେଇ ବିଦେଶକୁ ଚାଲାଣ ହୋଇଥାଏ ବୋଲି କହିଛନ୍ତି।
ଏ ସମ୍ପର୍କରେ ରାଜନଗର ବନଖଣ୍ଡ ଅଧିକାରୀ ଭରଦ୍ୱାଜ ଗାଁଓଙ୍କରଙ୍କ ମତାମତ ନେବାରେ ଖବର ନ ଥିଲା। ଏହା ପ୍ରତି ବନ ବିଭାଗ ସ୍ବତନ୍ତ୍ର ଦୃଷ୍ଟି ଦେବା ସହିତ ଜଳପଥରେ କଡ଼ାକଡ଼ି ଚେକିଂ ହେବ ବୋଲି ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?