ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌ ବାହାର କରାଯାଇଛି। ଶିଶୁର ଜୀବନ ରକ୍ଷା ହୋଇଛି। ଚିକିତ୍ସାଳୟ ଅଧୀକ୍ଷକ ଡା. ସୁଶାନ୍ତ କୁମାର ସାହୁଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, କୋରାପୁଟ ସହର ନିକଟବର୍ତ୍ତୀ ଏକ ଗ୍ରାମର ୭ ମାସର ଶିଶୁ ଘରେ ଖେଳୁଥିବା ବେଳେ ତଳେ ପଡ଼ିଥିବା ଏକ କ୍ଲଚର ଗିଳିଦେଇଥିଲେ। ଏହା ପରେ ଶିଶୁର ଅବସ୍ଥା ଗୁରୁତର ହୋଇଥିଲା। ପରିବାର ଲୋକେ ତାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଳୟର ଇଏନ୍‌ଟି ବିଭାଗର ଡା. ରାଜେଶ କର, ଡା. ଗୋପାଳ ନାୟକ ଓ ତାଙ୍କ ଟିମ୍‌ ଦୀର୍ଘ ସମୟ ଧରି ଅସ୍ତ୍ରୋପଚାର କରି କ୍ଲଚର ସଫଳତାର ସହ ବାହାର କରିଥିଲେ। ଶିଶୁ ବିପଦମୁକ୍ତ ଥିବା ଡାକ୍ତର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri