ବବିଙ୍କ ସମ୍ମୁଖରେ ଟିକେଟ ଦାବିକଲେ ରାସେଶ୍ୱରୀଙ୍କ ସମର୍ଥକ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ୨୦୨୪ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନ ପାଇଁ ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ପ୍ରଥମେ ଭାଜପା ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିବା ପରେ ବିଜେଡି ପ୍ରାର୍ଥୀ ଭାବେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ତାଲିକାରେ ସ୍ଥାନ ପାଇଥିଲା। ନାମ ଘୋଷଣା ହେବା ପରେ ବବି ସମ୍ବଲପୁର ଆସି ଶୁକ୍ରବାର ମାଁ ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଇଛନ୍ତି। ତାଙ୍କୁ ଦଳୀୟ କର୍ମୀଙ୍କ ପକ୍ଷରୁ ସ୍ବାଗତ ସମ୍ବଦ୍ଧର୍ର୍ନା ଦିଆଯାଇଥିଲେ ମଧ୍ୟ ବିଜେଡିରେ ଥିବା ଗୋଷ୍ଠୀ କନ୍ଦଳ ପଦାକୁ ଆସିଛି। ସମ୍ବଲପୁର ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷାଣ ହୋଇ ନ ଥିବା ସତ୍ତ୍ୱେ ସମ୍ବଲପୁର ବିଜେଡିରେ ଏକ ବିଦ୍ରୋହର ଆଭାସ ମିଳିଛି, ଯାହା ସମଗ୍ର ସହରରେ ହଟଚମଟ ସୃଷ୍ଟି କରିଛି।
ସମ୍ବଲପୁର ବିଜେଡି ଜିଲା ସଭାପତି ତଥା ରେଢ଼ାଖୋଲ ବିଧାୟକ ଇଂ ରୋହିତ ପୂଜାରୀଙ୍କ ସହିତ ସମ୍ବଲପୁରରେ ପହଞ୍ଚତ୍ ଶୁକ୍ରବାର ପୂର୍ବାହ୍ନରେ ମାଁ ସମଲେଶ୍ୱରୀଙ୍କ ଦର୍ଶନ ପୂର୍ବରୁ ବରିଷ୍ଠ ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ବାସଭବନକୁ ଯାଇ ତାଙ୍କୁ ସାକ୍ଷାତ୍‌ କରିଥିଲେ। ଏହି ସମୟରେ ଡା. ପାଣିଗ୍ରାହୀଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ କରାଯାଉ ନ ଥିବା ଆଶଙ୍କାରେ ତାଙ୍କ ସମର୍ଥକମାନେ ହଠାତ୍‌ ବବିଙ୍କ ସମ୍ମୁଖରେ ସେମାନଙ୍କ ନେତ୍ରୀଙ୍କ ସପକ୍ଷରେ ଯାଇ ତାଙ୍କୁ ଟିକେଟ୍‌ ଦେବାକୁ ଦାବି କରିଥିଲେ। ବିଶେଷକରି ମହିଳା ବିଜେଡିର ବହୁସଂଖ୍ୟକ ସଦସ୍ୟା ବିଭିନ୍ନ ପ୍ରକାର ସ୍ଲୋଗାନ ଦେଇ ଡା. ପାଣିଗ୍ରାହୀ ସର୍ବଦା ସେମାନଙ୍କ ସୁଖଦୁଃଖର ସାଥୀ ହୋଇ ରହି ଆସିଥିବା କହିଥିଲେ। ଏପରିକି ସମ୍ବଲପୁର ଜନସାଧାରଣ ତାଙ୍କୁ ଆଉଥରେ ବିଧାୟିକା ଭାବେ ଦେଖିବାକୁ ଚାହୁଁଛନ୍ତି। ତେଣୁ ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ଡା. ପାଣିଗ୍ରାହୀଙ୍କୁ ଟିକେଟ୍‌ ଦିଆଯାଉ ବୋଲି ଦାବି କରିଥିଲେ। ତାଙ୍କ ବ୍ୟତୀତ ଅନ୍ୟ କାହାକୁ ଟିକେଟ୍‌ ଦିଆଗଲେ ସେମାନେ ସମସ୍ତେ ନିର୍ବାଚନରୁ ଓହରିଯିବେ ବୋଲି ଚେତାବନୀ ଦେଇଛନ୍ତି। ଏହାର ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।
ସମୟରେ ବିଜେଡି ଜିଲା ସଭାପତି ଇଂ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ, ରେଢ଼ାଖୋଲ ବିଧାୟକ ଥିବା ପୂଜାରୀ ସମ୍ବଲପୁର ବିଧାନସଭା କ୍ଷେତ୍ର ଲାଗି ଅନ୍ୟତମ ପ୍ରମୁଖ ଦାବିଦାର ଥିବାରୁ ତାହା ବିଜେଡି ପାଇଁ ଅପ୍ରୀତିକର ସ୍ଥିତି ସୃଷ୍ଟି କରିଛି। ପୂଜାରୀଙ୍କ ଉପସ୍ଥିତିରେ ଡା. ପାଣିଗ୍ରାହୀଙ୍କ ସମର୍ଥକଙ୍କ ଏଭଳି ଦାବି ସମ୍ବଲପୁର ବିଜେଡି ରାଜନୀତିରେ ଏକ ପ୍ରକାର ପ୍ରାକ୍‌ ନିର୍ବାଚନୀ ବିଦ୍ରୋହର ସଙ୍କେତ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?