Posted inଖେଳ

୩୦୦ ଷ୍ଟ୍ରାଇକ୍‌ ରେଟ୍‌ରେ ରନ୍‌; ହେଲିକପ୍ଟର ଶଟ୍‌ ଖେଳି ଦଳକୁ ସେମିଫାଇନାଲରେ ପହଞ୍ଚାଇଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୫।୮: ଆଫଗାନିସ୍ତାନର ଅଭିଜ୍ଞ ସ୍ପିନର ରସିଦ ଖାନ୍‌ ଇଂଲଣ୍ଡରେ ଖେଳାଯାଉଥିବା ଟି-୨୦ ବ୍ଲାଷ୍ଟରେ ଉଲ୍ଲେଖନୀୟ ବ୍ୟାଟିଂ କରି ସମସ୍ତଙ୍କୁ ଚମକାଇଛନ୍ତି। ସେ ୯ ବଲ୍‌ରେ ଅପରାଜିତ ୨୭ରନ୍‌ କରିଛନ୍ତି। ସସେକ୍ସ ଶାର୍କ ତରଫରୁ ରସିଦ ଏହି ବିସ୍ଫୋରକ ପାଳି ଖେଳିଛନ୍ତି। ଏଥିରେ ତାଙ୍କର ୩ ଚୌକା ଏବଂ ୨ ଛକା ରହିଛି। ତେବେ ଛକା ମଧ୍ୟରେ ସେ ଏକ ହେଲିକାପ୍ଟର ଶର୍ଟ ମାରିଥିଲେ। ମ୍ୟାଚ୍‌ରେ ତାଙ୍କର ଷ୍ଟ୍ରାଇକ୍‌ ରେଟ୍‌ ୩୦୦ ରହିଥିଲା। ତେବେ ରସିଦଙ୍କ ଯୋଗୁ ତାଙ୍କ ଦଳ ସେମି ଫାଇନାଲରେ ପ୍ରବେଶ କରିଥିବା ଜଣାପଡ଼ିଛି।

ଉକ୍ତ ମ୍ୟାଚ୍‌ର ୧୭ତମ ଓଭରରେ କ୍ରିଜ୍‌କୁ ଆସିଥିଲେ। ସେତେବେଳେ ସସେକ୍ସକୁ ଜିତିବା ଲାଗି ୨୧ ବଲ୍‌ରେ ୪୩ରନ୍‌ର ଆବଶ୍ୟକତା ଥିଲା। ରସିଦ ପଡ଼ିଆକୁ ଆସିବା ମାତ୍ରେ ଛକା ଲଗାଇଥିଲେ। ପରେ ସେ ୧୮ତମ ଓଭରରେ ଏକ ହେଲିକପ୍ଟର ଶର୍ଟ ଖେଳି ଛକା ମାରିଥିଲେ। ୧୯ତମ ଓଭରରେ ସେ ତିନୋଟି ଚୌକା ମାରିଥିଲେ।

କହିରଖୁଛୁ, ଆଫଗାନିସ୍ତାନକୁ ତାଲିବାନ ନିଜ କବ୍ଜାକୁ ନେବା ପରେ ଦେଶରେ ଭୟର ବାତାବରଣ ଦେଖାଦେଇଛି। ରସିଦ ଦେଶରେ ନିଜ ପରିବାରକୁ ନେଇ ଚିନ୍ତାରେ ଅଛନ୍ତି। ଯେକୌଣସି ପ୍ରକାରେ ସେ ନିଜକୁ ବ୍ୟସ୍ତ ରଖିବାକୁ ଚେଷ୍ଟା କରୁଛନ୍ତି। ମନ ଅଶାନ୍ତ ଥିବା କାରଣରୁ ତାଙ୍କୁ ଚୁଲବୁଲ୍‌ ସ୍ବଭାବ ମଇଦାନରେ ଦେଖିବାକୁ ମିଳୁନି ବୋଲି ଫ୍ରାଞ୍ଚାଇଜ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri