Posted inଖେଳ

ଟି୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନର ନେତୃତ୍ୱ ନେବେ ନାହିଁ ରସିଦ

କାବୁଲ, ୧୦ା୯- ଆସନ୍ତା ଟି୨୦ ବିଶ୍ୱକପ୍‌ରେ ଷ୍ଟାର ଲେଗ୍‌ ସ୍ପିନର ରସିଦ ଖାଁଙ୍କ ଆଫଗାନିସ୍ତାନ ଦଳର ନେତୃତ୍ୱ ନେବେ ନାହିଁ। ତାଙ୍କୁ ଦଳ ଚୟନ ବେଳେ ମତ ରଖିବାକୁ ସୁଯୋଗ ଦିଆଯାଇ ନ ଥିବାରୁ ସେ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ବଦଳରେ ଭେଟରାନ ଅଲରାଉଣ୍ଡର ମହମ୍ମଦ ନବିଙ୍କୁ ଆଫଗାନିସ୍ତାନର ଅଧିନାୟକ ମନୋନୀତ କରାଯାଇଛି।

ଅଧିନାୟକ ପଦବୀରେ ନବିଙ୍କ ନିଯୁକ୍ତି ସମ୍ପର୍କରେ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ତରଫରୁ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ। କିନ୍ତୁ ୩୬ ବର୍ଷୀୟ ଅଲରାଉଣ୍ଡର ଟୁଇଟ୍‌ କରି କହିଛନ୍ତି, ଦଳର ନେତୃତ୍ୱ ନେବାଲାଗି ତାଙ୍କୁ ମନୋନୀତ କରାଯାଇଛି। ସଂକଟ ସମୟରେ ଏସିବି ନିଷ୍ପତ୍ତିକୁ ସେ ସ୍ବାଗତ କରିଛନ୍ତି। ଟି୨୦ ବିଶ୍ୱକପ୍‌ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଓ ଓମାନ୍‌ରେ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ପର୍ଯ୍ୟନ୍ତ ହେବ। ତାଲିବାନ ଶାସନ କ୍ଷମତାକୁ ଆସିବା ପରେ ଅଫଗାନିସ୍ତାନରେ ଅରାଜକତା ଦେଖା ଦେଇଛି। ଦେଶରେ କାମଚଳା ସରକାର ଗଠନ ପରେ ତାଲିବାନ କ୍ରିକେଟ ସମତେ ସମସ୍ତ ପ୍ରକାର ଖେଳରେ କଟକଣା ଜାରି କରିଛି। ଫଳରେ ଅଫଗାନିସ୍ତାନ ପୁରୁଷ ଦଳ ଟେଷ୍ଟ ମାନ୍ୟତା ହରାଇବା ଆଶଙ୍କା ସୃଷ୍ଟି ହୋଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ନିୟମାନୁସାରେ ଟେଷ୍ଟ ଖେଳୁଥିବା ସମସ୍ତ ଦେଶରେ ଏକ ମହିଳା ଦଳ ରହିବା ଆବଶ୍ୟକ। ଆସନ୍ତା ନଭେମ୍ବର ୨୭ରେ ଅଷ୍ଟ୍ରେଲିଆ ଏହାର ସିଜନ ଓପନିଂ ଟେଷ୍ଟ ମ୍ୟାଚ ଆଫଗାନିସ୍ତାନ ବିପକ୍ଷରେ ଖେଳିଥାନ୍ତା। ତାଲିବାନର ନିର୍ଦ୍ଦେଶନାମାକୁ ଭିତ୍ତିକରି ଏହି ମ୍ୟାଚକୁ ରଦ୍ଦ କରିଦିଆଯିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri