Posted inଖେଳ

ଟି୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନର ନେତୃତ୍ୱ ନେବେ ନାହିଁ ରସିଦ

କାବୁଲ, ୧୦ା୯- ଆସନ୍ତା ଟି୨୦ ବିଶ୍ୱକପ୍‌ରେ ଷ୍ଟାର ଲେଗ୍‌ ସ୍ପିନର ରସିଦ ଖାଁଙ୍କ ଆଫଗାନିସ୍ତାନ ଦଳର ନେତୃତ୍ୱ ନେବେ ନାହିଁ। ତାଙ୍କୁ ଦଳ ଚୟନ ବେଳେ ମତ ରଖିବାକୁ ସୁଯୋଗ ଦିଆଯାଇ ନ ଥିବାରୁ ସେ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ବଦଳରେ ଭେଟରାନ ଅଲରାଉଣ୍ଡର ମହମ୍ମଦ ନବିଙ୍କୁ ଆଫଗାନିସ୍ତାନର ଅଧିନାୟକ ମନୋନୀତ କରାଯାଇଛି।

ଅଧିନାୟକ ପଦବୀରେ ନବିଙ୍କ ନିଯୁକ୍ତି ସମ୍ପର୍କରେ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ତରଫରୁ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ। କିନ୍ତୁ ୩୬ ବର୍ଷୀୟ ଅଲରାଉଣ୍ଡର ଟୁଇଟ୍‌ କରି କହିଛନ୍ତି, ଦଳର ନେତୃତ୍ୱ ନେବାଲାଗି ତାଙ୍କୁ ମନୋନୀତ କରାଯାଇଛି। ସଂକଟ ସମୟରେ ଏସିବି ନିଷ୍ପତ୍ତିକୁ ସେ ସ୍ବାଗତ କରିଛନ୍ତି। ଟି୨୦ ବିଶ୍ୱକପ୍‌ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଓ ଓମାନ୍‌ରେ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ପର୍ଯ୍ୟନ୍ତ ହେବ। ତାଲିବାନ ଶାସନ କ୍ଷମତାକୁ ଆସିବା ପରେ ଅଫଗାନିସ୍ତାନରେ ଅରାଜକତା ଦେଖା ଦେଇଛି। ଦେଶରେ କାମଚଳା ସରକାର ଗଠନ ପରେ ତାଲିବାନ କ୍ରିକେଟ ସମତେ ସମସ୍ତ ପ୍ରକାର ଖେଳରେ କଟକଣା ଜାରି କରିଛି। ଫଳରେ ଅଫଗାନିସ୍ତାନ ପୁରୁଷ ଦଳ ଟେଷ୍ଟ ମାନ୍ୟତା ହରାଇବା ଆଶଙ୍କା ସୃଷ୍ଟି ହୋଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ନିୟମାନୁସାରେ ଟେଷ୍ଟ ଖେଳୁଥିବା ସମସ୍ତ ଦେଶରେ ଏକ ମହିଳା ଦଳ ରହିବା ଆବଶ୍ୟକ। ଆସନ୍ତା ନଭେମ୍ବର ୨୭ରେ ଅଷ୍ଟ୍ରେଲିଆ ଏହାର ସିଜନ ଓପନିଂ ଟେଷ୍ଟ ମ୍ୟାଚ ଆଫଗାନିସ୍ତାନ ବିପକ୍ଷରେ ଖେଳିଥାନ୍ତା। ତାଲିବାନର ନିର୍ଦ୍ଦେଶନାମାକୁ ଭିତ୍ତିକରି ଏହି ମ୍ୟାଚକୁ ରଦ୍ଦ କରିଦିଆଯିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?