ଓସିଏସ୍‌ ପରୀକ୍ଷାରେ ୬୬ତମ ସ୍ଥାନରେ ରଶ୍ମିରଞ୍ଜନ, ତାଙ୍କ ସଫଳତା ପଛରେ…

ମହାକାଳପଡ଼ା, ୩ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ମଳାଢ଼ି ଗ୍ରାମର ତପନ ସ୍ବାଇଁ ଓ ନିର୍ମଳା ସ୍ବାଇଁଙ୍କ ବଡ଼ ପୁଅ ରଶ୍ମିରଞ୍ଜନ ସ୍ବାଇଁ ଚଳିତବର୍ଷ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ୬୬ତମ ସ୍ଥାନ ଅଧିକାର କରିଛନ୍ତି। ରଶ୍ମିରଞ୍ଜନ ଗାଁ ପାଖ ନନ୍ତାର ଚନ୍ଦ୍ରଶେଖର ଉଚ୍ଚ ବିଦ୍ୟାଳୟରୁ ୨୦୧୫ରେ ମାଟ୍ରିକ୍‌ ପରୀକ୍ଷାରେ ପ୍ରଥମ ଶ୍ରେଣୀରେ ପାସ କରିଥିଲେ। ମାର୍ଶାଘାଇ କଲେଜରେ +୨ ବିଜ୍ଞାନ ଓ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ପରେ ଭୁବନେଶ୍ୱରରେ ରହି ଉଚ୍ଚଶିକ୍ଷା ପାଇଁ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ଲାଗି ପ୍ରସ୍ତୁତି କରୁଥିଲେ। ତୃତୀୟ ପ୍ରୟାସରେ ସେ ଏହି ସଫଳତା ହାସଲ କରିଛନ୍ତି। ତାଙ୍କ ସଫଳତା ପଛରେ ବିଦ୍ୟାଳୟ ଶିକ୍ଷକ ଓ ମା’ ବାପା ପରିବାର ଓ ଗୁରୁଜନମାନଙ୍କ ଆଶୀର୍ବାଦ ରହିଛି ବୋଲି ସେ କହିଛନ୍ତି। ରଶ୍ମିରଞ୍ଜନଙ୍କ ବାପା ତପନ ଚାଷ କରିବା ସହ ନିକଟସ୍ଥ ତହସିଲ ଓ ରେଜିଷ୍ଟ୍ରୀ ଅଫିସରେ ମୋହରିର କାର୍ଯ୍ୟ କରନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ…

ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ

ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା…

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର…

ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି…

ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନ୍ସର ଚିକିତ୍ସା: ମନ୍ତ୍ରୀ

ଭୁବନେଶ୍ୱର,୧୮।୭: ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri