Posted inଜାତୀୟ

ସୋନିଆ-ସ୍ମୃତିଙ୍କ ମଧ୍ୟରେ କଥା କଟାକଟି

ନୂଆଦିଲ୍ଲୀ,୨୮।୭: ଦେଶର ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂପର୍କରେ ଆପତ୍ତିଜନକ ଟିପ୍ପଣୀ ଦେଇ ଫସି ଯାଇଛନ୍ତି କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ। ଦେଶର ରାଷ୍ଟ୍ରପତିଙ୍କୁ ‘ରାଷ୍ଟ୍ରପତ୍ନୀ’ ସମ୍ବୋଧିତ କରିଛନ୍ତି। ଏହି ପ୍ରସଙ୍ଗରେ ସଂସଦର ଉଭୟ ସଦନରେ ଶାସକ ଦଳ ପକ୍ଷରୁ ହଙ୍ଗାମା ଓ ନାରାବାଜି କରାଯାଇଥିଲା। ଫଳରେ ଲୋକ ସଭାକୁ ସ୍ଥଗିତ ରଖାଯାଇଥିଲା। ଗୃହ ସ୍ଥଗିତ ରହିବା ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏବଂ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ମଧ୍ୟରେ ବିତର୍କ ହୋଇଥିଲା।
ଲୋକ ସଭା ପ୍ରକ୍ରିୟା ସ୍ଥଗିତ ରହିବା ପରେ ଭାଜପା ଏମ୍‌ପି ମାନେ ‘ସୋନିଆ ଗାନ୍ଧୀ କ୍ଷମା ପ୍ରାର୍ଥନା ମାଙ୍ଗୋ’ ସ୍ଲୋଗାନ ଦେଇଥିଲେ। ସୋନିଆ ଗୃହ ବାହାରକୁ ଯାଉଥିଲେ। କିନ୍ତୁ ଏହି ସ୍ଲୋଗାନ ମଧ୍ୟରେ ସେ ଫେରି ଭାଜପା ଏମ୍‌ପି ରମା ଦେବୀଙ୍କ ନିକଟକୁ ଯାଇ କହିଥିଲେ, ଅଧୀର ରଞ୍ଜନ କ୍ଷମା ମାଗିଛନ୍ତି। ଏହି ସମୟରେ ରମା ଦେବୀଙ୍କ ନିକଟରେ ଠିଆ ହୋଇଥିବା ସ୍ମୃତି ଇରାନୀ ସୋନିଆ ଗାନ୍ଧୀଙ୍କୁ କିଛି କହିଥିଲେ। ସୋନିଆ ରାଗିଯାଇ ଜୋରରେ କହିଥିଲେ, ମୋ ସହିତ କଥା ହୁଅ ନାହିଁ। ଏହା ପରେ ସ୍ମୃତି ଏବଂ ସୋନିଆ ଗାନ୍ଧୀଙ୍କ ମଧ୍ୟରେ ତୀବ୍ର ଯୁକ୍ତିତର୍କ ହୋଇଥିଲା। ଏହି ବିତର୍କ ୨ ରୁ ୩ ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଗୌରବ ଗୋଗୋଇ, ସୁପ୍ରିୟା ସୁଲେ ଆସି ସୋନିଆଙ୍କୁ ସେଠାରୁ ନେଇ ପଳାଇଥିଲେ।
ସୂଚନାଯୋଗ୍ୟ, ବୁଧବାର ଘରୋଇ ଚ୍ୟାନେଲର ଏକ କାର୍ଯ୍ୟକ୍ରମରେ ଅଧୀର ରଂଜନ ରାଷ୍ଟ୍ରପତି ମୁର୍ମୁଙ୍କୁ ‘ରାଷ୍ଟ୍ରପତ୍ନୀ’ ଭାବରେ ସମ୍ବୋଧିତ କରିଥିଲେ। ଏହା ପରେ ଭାଜପା ତାଙ୍କୁ ଘେରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri