ଦିଗପହଣ୍ଡିରେ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ

ଦିଗପହଣ୍ଡି,୧୫ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆନୁକୂଲ୍ୟରେ ମଙ୍ଗଳବାର ବ୍ଲକ୍‌ ସଦର ମହକୁମାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ପକ୍ଷ କାର୍ଯ୍ୟକ୍ରମ ସ୍ଥାନୀୟ ମିଶନଶକ୍ତି ଭବନଠାରେ ଅନୁଷ୍ଠିତ ହୋଇଛି। ଅଙ୍ଗନୱାଡ଼ି ସୁପ୍ରଭାଇଜର ବିଳାସିନୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ ଅଧ୍ୟକ୍ଷତା କରିଥିଲେ। ଆଇନଜୀବୀ ହରପ୍ରସାଦ ରଥ ମୁଖ୍ୟଅତିଥି, ବ୍ଲକ୍‌ ସଂଯୋଜକ ଦୁର୍ଯ୍ୟୋଧନ ମଲ୍ଲିକ ଏବଂ ବିଦ୍ୟାଧର ଗୌଡ଼ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଅତିଥି ବୃନ୍ଦ ଆଲୋକପାତ କରିବା ପରେ ପୋଷଣଯୁକ୍ତ ଖାଦ୍ୟ ସାମଗ୍ରୀର ପ୍ରଦର୍ଶନୀକୁ ମଧ୍ୟ ବୁଲି ଦେଖିଥିଲେ। ଏହି ଅବସରରେ ଶିଶୁଙ୍କ ଅନ୍ନପ୍ରାସନ ଏବଂ ମହିଳାଙ୍କ ଗୋଦଭରାଇ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ‘ସାଧନା’ ମହିଳା ସଂଘର ସଭାନେତ୍ରୀ ପି.ବିଜୟଲକ୍ଷ୍ମୀ, ଅଙ୍ଗନୱାଡ଼ି କର୍ମୀ ଗାୟତ୍ରୀ ପାତ୍ର, ରଶ୍ମିତା ପାତ୍ର, ଅର୍ଚ୍ଚନା ପାଢୀ, ଭାରତୀ ପାଢ଼ୀ, ରୋଜି ପ୍ରଧାନ, ଅଳକା ମହାନ୍ତି, ଏନ୍‌.କସ୍ତୁରୀ, ସ୍ନେହଲତା ବେହେରା, ଝୁନୁ ସେଠୀ, ଗୌରୀ ସେଠୀ, ସବିତା ବେହେରା, ସ୍ନେହଲତା ଆଚାରୀ, ଅହଲ୍ୟା ପ୍ରଧାନ, ସୁନିତା ପାତ୍ର, ଆଶାଲତା ଦୋରା, ସରିତା ପ୍ରଧାନ, ବିଦେଶିନୀ ବିଷୋୟୀ, ସରିତା ନାହାକ, ରଞ୍ଜିତା ବେହେରା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri