ପାଣ୍ଡରା ଛକକୁ ଯିବ ରସୁଲଗଡ଼ ଫାଣ୍ଡି

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନରେ କାର୍ଯ୍ୟ କରୁଥିବା ରସୁଲଗଡ଼ ଫାଣ୍ଡି ପାଣ୍ଡରା ଛକକୁ ସ୍ଥାନାନ୍ତର ହେବ। ଏଥିପାଇଁ ପାଣ୍ଡରା ଛକରେ ୨ ମହଲା ବିଶିଷ୍ଟ କୋଠାର ନିର୍ମାଣ ସରିଛି। ଜୁନ୍‌ ମାସରେ ଉକ୍ତ କୋଠା ଉଦ୍‌ଘାଟନ ହେବା ସହ ସେହିଠାରେ ହିଁ ଫାଣ୍ଡି କାର୍ଯ୍ୟ କରିବ। ବର୍ତ୍ତମାନ ରସୁଲଗଡ଼ ଛକସ୍ଥିତ ଏକ ଆଜ୍‌ବେଷ୍ଟସ ଘରେ ଫାଣ୍ଡି ଚାଲିଛି।

ଥାନାଞ୍ଚଳରେ ଜନବସତି ବଢ଼ୁଥିବାରୁ ଭୌଗୋଳିକ ଦୃଷ୍ଟିକୋଣରୁ ଆଇନଶୃଙ୍ଖଳା ରକ୍ଷା କ୍ଷେତ୍ରରେ ଫାଣ୍ଡିର କ୍ଷମତାକୁ ଆହୁରି ବଢ଼ାଇବାକୁ ଏପରି ପଦକ୍ଷେପ ନିଆଯାଇଛି। ସ୍ଥାନାନ୍ତର ପରେ ଫାଣ୍ଡି ଅଧୀନରେ ରସୁଲଗଡ଼ ଗାଁ ସମେତ ଜଗନ୍ନାଥ ନଗର, ବାଲିଆପଟା ବସ୍ତି, ପାଣ୍ଡରା, ହାଇଟେକ କଲେଜ ଅଞ୍ଚଳ, ଅରବିନ୍ଦ ନଗର, ଜିଜିପି କଲୋନୀ ଆଦି ଅଞ୍ଚଳ ରହିବ। ପୂର୍ବପରି ଏଠାରେ ଜଣେ ସବ୍‌ଇନ୍ସପେକ୍ଟରଙ୍କ ସମେତ କନଷ୍ଟେବଳ କାର୍ଯ୍ୟ କରିବେ। ପରବର୍ତ୍ତୀ ସମୟରେ ଏହି ଫାଣ୍ଡିଟି ଥାନାଭାବେ କାର୍ଯ୍ୟ କରିପାରେ ବୋଲି ସୂଚନା ମିଳିଛି।

ଏ ସମ୍ପର୍କରେ ଡିସିପି ଉମାଶଙ୍କର ଦାଶ କହିଛନ୍ତି, ପାଣ୍ଡରା ଛକରେ ରସୁଲଗଡ ଫାଣ୍ଡିର ନୂତନ କୋଠା ନିର୍ମାଣ ୨ବର୍ଷ ହେଲା ଚାଲିଥିଲା। ନିର୍ମାଣ ସରିଥିବାରୁ ଖୁବଶୀଘ୍ର ଉଦ୍‌ଘାଟନ ହେବ। ମଞ୍ଚେଶ୍ୱର ଥାନା ଅଧୀନରେ ରହି ସରକାରୀ ନିୟମ ଅନୁସାରେ କର୍ମଚାରୀ ରହିବା ସହ ଫାଣ୍ଡି କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri