Posted inଜାତୀୟ

‘ରତନ ଟାଟାଙ୍କୁ ମିଳୁ ଭାରତ ରତ୍ନ’, ପ୍ରସ୍ତାବକୁ ମଞ୍ଜୁରୀ ଦେଲା ମହାରାଷ୍ଟ୍ର କ୍ୟାବିନେଟ

ମୁମ୍ବାଇ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏହାକୁ ନେଇ ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବୈଠକରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏଥିସହ ବୈଠକରେ ଏକ ପ୍ରସ୍ତାବ ମଧ୍ୟ ପାରିତ କରାଯାଇଛି, ଯେଉଁଥିରେ ରତନ ଟାଟାଙ୍କୁ ତାଙ୍କର ଉପଲବ୍ଧି ଉପରେ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଉ ବୋଲି କେନ୍ଦ୍ରକୁ ଅନୁରୋଧ କରାଯାଇଛି।

ରତନ ଟାଟାଙ୍କ ଦେହାନ୍ତ ହେତୁ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ସିଏମ ଏକନାଥ ଶିନ୍ଦେ ରତନ ଟାଟାଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ରତନ ଟାଟାଙ୍କ ମୃତ୍ୟୁକୁ ନେଇ ମହାରାଷ୍ଟ୍ରରେ ଦିନିକିଆ ଶୋକ ଘୋଷଣା କରାଯାଇଛି। ଏହିସମୟରେ ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକର ଜାତୀୟ ପତାକା ଅର୍ଦ୍ଧ ନମିତ ହୋଇ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri