Posted inଜାତୀୟ

ଦେଖନ୍ତୁ ରତନ ଟାଟାଙ୍କ ଅନ୍ତିମ Video, କରୁଛି ଭାବବିହ୍ବଳ…

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ବ୍ୟବସାୟ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିବା ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ ଘଟିଛି। ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲ୍‌ରେ ସେ ବୁଧବାର ରାତି ୧୧ଟାରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ରାଜନୀତି, ଖେଳ, କଳାଜଗତ ସହ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ଭାରତ ଜଣେ ପ୍ରକୃତ ‘ରତ୍ନ’କୁ ହରାଇଛି ବୋଲି ଅନେକେ ମତ ରଖୁଛନ୍ତି। ଏସବୁ ମଧ୍ୟରେ ସୋସିଆଲ ମିଡିଆରେ ରତନଙ୍କ ଅନ୍ତିମ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ସେ ସ୍ବଚ୍ଛ ଭାରତ ମିଶନର ୧୦ ବର୍ଷ ପୂର୍ତ୍ତି ହେବା ଉପଲକ୍ଷେ ପିଏମ୍‌ ମୋଦିଙ୍କୁ ଶୁଭେଚ୍ଛା ଜଣାଉଥିବା ଦେଖାଯାଇଛି।

ଅକ୍ଟୋବର ୨,୨୦୨୪ରେ ରତନ ଟାଟା ଭିଡିଓ ବାର୍ତ୍ତାରେ କହିଥିଲେ ଯେ-ମୁଁ ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ସ୍ବଚ୍ଛ ଭାରତ ମିଶନର ୧୦ ବର୍ଷ ପୂର୍ତ୍ତି ହେବା ଅବସରରେ ଶୁଭେଚ୍ଛା ଜଣାଉଛି। ଏହିଭଳି ଗ୍ରାମୀଣ ଭାରତରେ ଲକ୍ଷ ଲକ୍ଷ ଲୋକେ ଲାଭାନ୍ବିତ ହୋଇଛନ୍ତି। ଟାଟା ଟ୍ରଷ୍ଟକୁ ଏଭଳି କାର୍ଯ୍ୟକ୍ରମ ସହ ଯୋଡ଼ି ହେବା ତଥା ସହଭାଗିତା କରିବା ଉପରେ ଗର୍ବ କରୁଛି। ଏହା ଆଗାମୀ ବର୍ଷରେ ମହତ୍ୱପୂର୍ଣ୍ଣ କ୍ଷେତ୍ରରେ ନିରନ୍ତର ସମର୍ଥନର ଆଶା କରୁଛି। ’

ରତନ ଟାଟାଙ୍କ ଅନ୍ତିମ ଭିଡିଓଟି ମାତ୍ର ୪୨ ସେକେଣ୍ଡର। ଏଥିରେ ସେ ସ୍ବଚ୍ଛ ଭାରତ ମିଶନର ସକରାତ୍ମକ ପରିଣାମ ବିଷୟରେ ଉଲ୍ଲେଖ କରିଛନ୍ତି। ଭିଡିଓରେ ତାଙ୍କ ସ୍ବର ସହ ଶରୀର ଖରାପ ଥିବା ସ୍ପଷ୍ଟ ହେଉଛି। ଫଳରେ ନିଜର ହିରୋଙ୍କ ଏଭଳି ଅବସ୍ଥା ଦେଖି ଅନେକେ ଭାବୁକ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri