୬୮ ବର୍ଷ ପରେ ଏୟାର ଇଣ୍ଡିଆର ଘର ବାହୁଡା: ରତନ ଟାଟା କହିଲେ ‘ଓ୍ବେଲ୍‌କମ୍‌ ବ୍ୟାକ୍‌’

ନୂଆଦିଲ୍ଲୀ,୮।୧୦: ଏୟାର ଇଣ୍ଡିଆକୁ କିଣିଛି ଟାଟା ସନ୍ସ। କମ୍ପାନୀ ଏଥିପାଇଁ ୧୮,୦୦୦ କୋଟି ଟଙ୍କାର ସବୁଠାରୁ ବଡ ଡାକ ଲଗାଇଥିଲା। ଫଳରେ ୬୮ ବର୍ଷ ପରେ ଏୟାର ଇଣ୍ଡିଆ ଘର ବାହୁଡ଼ିବ। ଏହି ପରିପ୍ରେକ୍ଷୀରେ ସମସ୍ତ ପ୍ରକ୍ରିୟା ଡିସେମ୍ବର ୨୦୨୧ ସୁଦ୍ଧା ଶେଷ ହେବ। ଏହାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଟାଟା ଗ୍ରୁପ ଚେୟାରମ୍ୟାନ ରତନ ଟାଟା। ଏୟାର ଇଣ୍ଡିଆ ଉଦ୍ଦେଶ୍ୟରେ ଟୁଇଟ୍‌ କରି ସେ ଲେଖିଛନ୍ତି ‘ଓ୍ବେଲକମ୍‌ ବ୍ୟାକ୍‌। ଏଥିସହ ସେ ଏକ ପୁରୁଣା ଚିତ୍ର ମଧ୍ୟ ଶେୟାର କରିଛନ୍ତି, ଯେଉଁଥିରେ କମ୍ପାନୀର ପୂର୍ବତନ ଅଧ୍ୟକ୍ଷ ଜେଆର୍‌ଡି ଟାଟା ନଜର ଆସିଛନ୍ତି। ଏୟାର ଇଣ୍ଡିଆକୁ ପୁନର୍ଜୀବିତ କରିବା ପାଇଁ ସମସ୍ତ ଉଦ୍ୟମ କରାଯିବ। ବିମାନ ଚଳାଚଳ କ୍ଷେତ୍ରରେ ନୂତନ ସମ୍ଭାବ୍ୟତାର ଦ୍ୱାର ଖୋଲିବ ବୋଲି ସେ କହିଛନ୍ତି।

ଉକ୍ତ ଭାବପ୍ରବଣ ବାର୍ତ୍ତାରେ ରତନ ଟାଟା ଲେଖିଛନ୍ତି, ଜେଆର୍‌ଡି ଟାଟାଙ୍କ ସମୟରେ ଏହା ଦୁନିଆର ଅନ୍ୟତମ ପ୍ରତିଷ୍ଠିତ ବିମାନ କମ୍ପାନୀ ଥିଲା। ଟାଟା ଗ୍ରୁପ ପୁଣି ଥରେ ଏହି ବିମାନ ସେବା କ୍ଷେତ୍ରରେ ସମାନ ପରିବର୍ତ୍ତନ ସୃଷ୍ଟି କରିବାର ସୁଯୋଗ ପାଇଛି। ଆଜି ଯଦି ଜେଆର୍‌ଡି ଟାଟା ଆମ ମଧ୍ୟରେ ଥାଆନ୍ତେ, ତେବେ ତାଙ୍କ ଖୁସିର ନିଶ୍ଚିତ ସୀମା ରହି ନ ଥାନ୍ତା। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri