ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଏନେଇ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ନବୀନ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ଦୂରଦୃଷ୍ଟିସମ୍ପନ୍ନ ଶିଳ୍ପପତି, ଚାଣକ୍ୟ ରତନ ଟାଟାଙ୍କ ଦେହାନ୍ତ ବିଷୟରେ ଜାଣି ଗଭୀର ଦୁଃଖିତ। ସେ ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ। ସେ ସମଗ୍ର ବିଶ୍ୱରେ ବ୍ୟବସାୟିକ ଦୃଶ୍ୟପଟରେ ଏକ ଅବିସ୍ମରଣୀୟ ଉତ୍ତରାଧିକାରୀ ଛାଡ଼ିଛନ୍ତି ଯାହା ଭବିଷ୍ୟତ ପିଢ଼ିକୁ ପ୍ରେରଣା ଦେବ। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ଗଭୀର ସମବେଦନା ଜଣାଉଛି।

୧୯୩୭ ଡିସେମ୍ବର ୨୮ରେ ବ୍ରିଟିଶ୍‌ ଇଣ୍ଡିଆର ବମ୍ବେ ପ୍ରେସିଡେନ୍ସିରେ ଶିଳ୍ପପତି ନାଭାଲ ହେରମୁସ୍‌ଜୀ ଟାଟାଙ୍କ ଔରସରୁ ରତନ ଟାଟା ଜନ୍ମଗ୍ରହଣ କରିଥିଲେ। ମୁମ୍ବାଇର ଚାମ୍ପିୟନ୍‌ ସ୍କୁଲରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ଏହାପରେ ସେ ଶିମ୍‌ଲାସ୍ଥିତ ବିଶପ୍‌ ଜନ୍‌ କୋନ୍ନୋନ ସ୍କୁଲ ଏବଂ ୧୯୫୫ରେ ନ୍ୟୁୟର୍କସ୍ଥିତ ରିଭରଡେଲ୍‌ କଣ୍ଟ୍ରି ସ୍କୁଲରେ ଅଧ୍ୟୟନ କରିଥିଲେ। ରତନ ୧୯୯୦ରୁ ୨୦୧୨ ଓ ୨୦୧୬ରୁ ୨୦୧୭ ପର୍ଯ୍ୟନ୍ତ ୨ ଥର ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ଦାୟିତ୍ୱ ସମ୍ଭାଳିଥିଲେ। ରତନ ଟାଟା ଆଜୀବନ ଅବିବାହିତ ଥିଲେ। ୨୦୧୧ରେ ସେ କହିଥିଲେ, ତାଙ୍କୁ ୪ ଥର ବିବାହ ସୁଯୋଗ ମିଳିଥିଲା। କିନ୍ତୁ ପ୍ରତ୍ୟେକ ଥର ସେ କୌଣସି ନା କୌଣସି କାରଣରୁ ଭୟଭୀତ ହୋଇ ବିବାହକୁ ଏଡ଼ାଇ ଦେଇଥିଲେ। ରତନ ଜଣେ ସରଳ, ଅମାୟିକ ଓ ପରୋପକାରୀ ବ୍ୟକ୍ତି ଥିଲେ। ସେ ବ୍ୟବସାୟିକ ପରିଚାଳନା ସହ ଅନେକ ଦାତବ୍ୟ ଅନୁଷ୍ଠାନ ଗଢ଼ି ଜନସେବାରେ ନିଜକୁ ସମର୍ପିତ କରିଥିଲେ। ଏଥିପାଇଁ ସେ ବହୁ ପୁରସ୍କାର ଓ ସମ୍ମାନର ଅଧିକାରୀ ହୋଇଥିଲେ। ୨୦୦୦ରେ ରତନଙ୍କୁ ପଦ୍ମଭୂଷଣ ଓ ୨୦୦୮ରେ ଭାରତ ସରକାରଙ୍କ ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମବିଭୂଷଣ ଉପାଧିରେ ଭୂଷିତ କରାଯାଇଥିଲା। ଏହାବାଦ୍‌ ୨୦୦୬ରେ ମହାରାଷ୍ଟ୍ର ଭୂଷଣ ଓ ୨୦୨୧ରେ ଆସାମ ବୈଭବ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri