ଭାଇରାଲ ହେଉଛି ରତନ ଟାଟାଙ୍କ ଶେଷ ସୋସିଆଲ୍‌ ମିଡିଆ ପୋଷ୍ଟ: ଏମିତି କିଛି ଲେଖିଥିଲେ…

ମୁମ୍ବାଇ,୧୦/୧୦:ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେତେବେଳେ ତାଙ୍କ ମୃତ୍ୟୁକୁ ନେଇ ଗୁଜବ ସୃଷ୍ଟି ହେବାରୁ ରତନ ତାହାକୁ ବିଶ୍ୱାସ ନ କରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ। ବୁଧବାର ରତନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଇନ୍‌ଟେନ୍‌ସିଭ୍‌ କେୟାର ୟୁନିଟ୍‌ (ଆଇସିୟୁ)ରେ ଭର୍ତ୍ତି କରାଯିବା ପରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ବଢ଼ିଥିଲା। ତେବେ ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଥିବା ଟାଟା ଗ୍ରୁପ୍‌ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ପରଲୋକରେ ଭାରତର ଶିଳ୍ପ ଜଗତରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରି ଦେଶ ପ୍ରତି ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି। ଟାଟା ସନ୍ସ ଚେୟାରମ୍ୟାନ୍‌ ଏନ୍‌. ଚନ୍ଦ୍ରଶେଖରନ୍‌ ଏକ ବିବୃତିରେ ରତନ ଟାଟାଙ୍କ ପରଲୋକ ହୋଇଥିବା ସୂଚନା ଦେଇଛନ୍ତି। ଚନ୍ଦ୍ରଶେଖରନ୍‌ ତାଙ୍କୁ ‘ବନ୍ଧୁ, ପରାମର୍ଶଦାତା ଓ ମାର୍ଗଦର୍ଶକ’ ବୋଲି ଅଭିହିତ କରିଛନ୍ତି।

୨୦୨୪ ଅକ୍ଟୋବର ୭ରେ ରତନ ଟାଟାଙ୍କ ପରଲୋକ ଘଟିଥିବା ନେଇ ସାମାଜିକ ଗଣମାଧ୍ୟମରେ କେତେକ ପୋଷ୍ଟ ବହୁଳ ପ୍ରସାରିତ ହେବାରେ ଲାଗିଥିଲା। ରତନ ଏହା ଜାଣିବା ପରେ ନିଜ ପ୍ରଶଂସକମାନଙ୍କୁ ଆଶ୍ୱସ୍ତି ଦେବାକୁ ଯାଇ ନିଜ ଏକ୍ସ’ ହ୍ୟାଣ୍ଡଲରେ ଏକ ପୋଷ୍ଟ କରି ଉକ୍ତ ଗୁଜବକୁ ଖଣ୍ଡନ କରିଥିଲେ। ସେଥିରେ ସେ ଲେଖିଥିଲେ, ମିଛ ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ। ମୁଁ ବର୍ତ୍ତମାନ ବୟସାଧିକ କାରଣରୁ ଅସୁସ୍ଥ ଅଛି। ଏଭଳି ଗୁଜବ ନ କରିବାକୁ ସେ ଲୋକଙ୍କୁ ପରାମର୍ଶ ଦେବା ସହ ଲେଖିଥିଲେ, ଥ୍ୟାଙ୍କ ୟୁ ଫର୍‌ ଥିଙ୍କିଙ୍ଗ୍‌ ଅଫ୍‌ ମି! ଏହା ଥିଲା ରତନ ଟାଟାଙ୍କ ଜୀବନର ଶେଷ ସୋସିଆଲ ମିଡିଆ ପୋଷ୍ଟ।

୧୯୩୭ ଡିସେମ୍ବର ୨୮ରେ ବ୍ରିଟିଶ୍‌ ଇଣ୍ଡିଆର ବମ୍ବେ ପ୍ରେସିଡେନ୍ସିରେ ଶିଳ୍ପପତି ନାଭାଲ ହେରମୁସ୍‌ଜୀ ଟାଟାଙ୍କ ଔରସରୁ ରତନ ଟାଟା ଜନ୍ମଗ୍ରହଣ କରିଥିଲେ। ମୁମ୍ବାଇର ଚାମ୍ପିୟନ୍‌ ସ୍କୁଲରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ଏହାପରେ ସେ ଶିମ୍‌ଲାସ୍ଥିତ ବିଶପ୍‌ ଜନ୍‌ କୋନ୍ନୋନ ସ୍କୁଲ ଏବଂ ୧୯୫୫ରେ ନ୍ୟୁୟର୍କସ୍ଥିତ ରିଭରଡେଲ୍‌ କଣ୍ଟ୍ରି ସ୍କୁଲରେ ଅଧ୍ୟୟନ କରିଥିଲେ। ରତନ ୧୯୯୦ରୁ ୨୦୧୨ ଓ ୨୦୧୬ରୁ ୨୦୧୭ ପର୍ଯ୍ୟନ୍ତ ୨ ଥର ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ଦାୟିତ୍ୱ ସମ୍ଭାଳିଥିଲେ। ରତନ ଟାଟା ଆଜୀବନ ଅବିବାହିତ ଥିଲେ। ୨୦୧୧ରେ ସେ କହିଥିଲେ, ତାଙ୍କୁ ୪ ଥର ବିବାହ ସୁଯୋଗ ମିଳିଥିଲା। କିନ୍ତୁ ପ୍ରତ୍ୟେକ ଥର ସେ କୌଣସି ନା କୌଣସି କାରଣରୁ ଭୟଭୀତ ହୋଇ ବିବାହକୁ ଏଡ଼ାଇ ଦେଇଥିଲେ। ରତନ ଜଣେ ସରଳ, ଅମାୟିକ ଓ ପରୋପକାରୀ ବ୍ୟକ୍ତି ଥିଲେ। ସେ ବ୍ୟବସାୟିକ ପରିଚାଳନା ସହ ଅନେକ ଦାତବ୍ୟ ଅନୁଷ୍ଠାନ ଗଢ଼ି ଜନସେବାରେ ନିଜକୁ ସମର୍ପିତ କରିଥିଲେ। ଏଥିପାଇଁ ସେ ବହୁ ପୁରସ୍କାର ଓ ସମ୍ମାନର ଅଧିକାରୀ ହୋଇଥିଲେ। ୨୦୦୦ରେ ରତନଙ୍କୁ ପଦ୍ମଭୂଷଣ ଓ ୨୦୦୮ରେ ଭାରତ ସରକାରଙ୍କ ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମବିଭୂଷଣ ଉପାଧିରେ ଭୂଷିତ କରାଯାଇଥିଲା। ଏହାବାଦ୍‌ ୨୦୦୬ରେ ମହାରାଷ୍ଟ୍ର ଭୂଷଣ ଓ ୨୦୨୧ରେ ଆସାମ ବୈଭବ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri