ଭାଇରାଲ ହେଉଛି ରତନ ଟାଟାଙ୍କ ଶେଷ ସୋସିଆଲ୍‌ ମିଡିଆ ପୋଷ୍ଟ: ଏମିତି କିଛି ଲେଖିଥିଲେ…

ମୁମ୍ବାଇ,୧୦/୧୦:ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେତେବେଳେ ତାଙ୍କ ମୃତ୍ୟୁକୁ ନେଇ ଗୁଜବ ସୃଷ୍ଟି ହେବାରୁ ରତନ ତାହାକୁ ବିଶ୍ୱାସ ନ କରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ। ବୁଧବାର ରତନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଇନ୍‌ଟେନ୍‌ସିଭ୍‌ କେୟାର ୟୁନିଟ୍‌ (ଆଇସିୟୁ)ରେ ଭର୍ତ୍ତି କରାଯିବା ପରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ବଢ଼ିଥିଲା। ତେବେ ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଥିବା ଟାଟା ଗ୍ରୁପ୍‌ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ପରଲୋକରେ ଭାରତର ଶିଳ୍ପ ଜଗତରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରି ଦେଶ ପ୍ରତି ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି। ଟାଟା ସନ୍ସ ଚେୟାରମ୍ୟାନ୍‌ ଏନ୍‌. ଚନ୍ଦ୍ରଶେଖରନ୍‌ ଏକ ବିବୃତିରେ ରତନ ଟାଟାଙ୍କ ପରଲୋକ ହୋଇଥିବା ସୂଚନା ଦେଇଛନ୍ତି। ଚନ୍ଦ୍ରଶେଖରନ୍‌ ତାଙ୍କୁ ‘ବନ୍ଧୁ, ପରାମର୍ଶଦାତା ଓ ମାର୍ଗଦର୍ଶକ’ ବୋଲି ଅଭିହିତ କରିଛନ୍ତି।

୨୦୨୪ ଅକ୍ଟୋବର ୭ରେ ରତନ ଟାଟାଙ୍କ ପରଲୋକ ଘଟିଥିବା ନେଇ ସାମାଜିକ ଗଣମାଧ୍ୟମରେ କେତେକ ପୋଷ୍ଟ ବହୁଳ ପ୍ରସାରିତ ହେବାରେ ଲାଗିଥିଲା। ରତନ ଏହା ଜାଣିବା ପରେ ନିଜ ପ୍ରଶଂସକମାନଙ୍କୁ ଆଶ୍ୱସ୍ତି ଦେବାକୁ ଯାଇ ନିଜ ଏକ୍ସ’ ହ୍ୟାଣ୍ଡଲରେ ଏକ ପୋଷ୍ଟ କରି ଉକ୍ତ ଗୁଜବକୁ ଖଣ୍ଡନ କରିଥିଲେ। ସେଥିରେ ସେ ଲେଖିଥିଲେ, ମିଛ ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ। ମୁଁ ବର୍ତ୍ତମାନ ବୟସାଧିକ କାରଣରୁ ଅସୁସ୍ଥ ଅଛି। ଏଭଳି ଗୁଜବ ନ କରିବାକୁ ସେ ଲୋକଙ୍କୁ ପରାମର୍ଶ ଦେବା ସହ ଲେଖିଥିଲେ, ଥ୍ୟାଙ୍କ ୟୁ ଫର୍‌ ଥିଙ୍କିଙ୍ଗ୍‌ ଅଫ୍‌ ମି! ଏହା ଥିଲା ରତନ ଟାଟାଙ୍କ ଜୀବନର ଶେଷ ସୋସିଆଲ ମିଡିଆ ପୋଷ୍ଟ।

୧୯୩୭ ଡିସେମ୍ବର ୨୮ରେ ବ୍ରିଟିଶ୍‌ ଇଣ୍ଡିଆର ବମ୍ବେ ପ୍ରେସିଡେନ୍ସିରେ ଶିଳ୍ପପତି ନାଭାଲ ହେରମୁସ୍‌ଜୀ ଟାଟାଙ୍କ ଔରସରୁ ରତନ ଟାଟା ଜନ୍ମଗ୍ରହଣ କରିଥିଲେ। ମୁମ୍ବାଇର ଚାମ୍ପିୟନ୍‌ ସ୍କୁଲରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ଏହାପରେ ସେ ଶିମ୍‌ଲାସ୍ଥିତ ବିଶପ୍‌ ଜନ୍‌ କୋନ୍ନୋନ ସ୍କୁଲ ଏବଂ ୧୯୫୫ରେ ନ୍ୟୁୟର୍କସ୍ଥିତ ରିଭରଡେଲ୍‌ କଣ୍ଟ୍ରି ସ୍କୁଲରେ ଅଧ୍ୟୟନ କରିଥିଲେ। ରତନ ୧୯୯୦ରୁ ୨୦୧୨ ଓ ୨୦୧୬ରୁ ୨୦୧୭ ପର୍ଯ୍ୟନ୍ତ ୨ ଥର ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ଦାୟିତ୍ୱ ସମ୍ଭାଳିଥିଲେ। ରତନ ଟାଟା ଆଜୀବନ ଅବିବାହିତ ଥିଲେ। ୨୦୧୧ରେ ସେ କହିଥିଲେ, ତାଙ୍କୁ ୪ ଥର ବିବାହ ସୁଯୋଗ ମିଳିଥିଲା। କିନ୍ତୁ ପ୍ରତ୍ୟେକ ଥର ସେ କୌଣସି ନା କୌଣସି କାରଣରୁ ଭୟଭୀତ ହୋଇ ବିବାହକୁ ଏଡ଼ାଇ ଦେଇଥିଲେ। ରତନ ଜଣେ ସରଳ, ଅମାୟିକ ଓ ପରୋପକାରୀ ବ୍ୟକ୍ତି ଥିଲେ। ସେ ବ୍ୟବସାୟିକ ପରିଚାଳନା ସହ ଅନେକ ଦାତବ୍ୟ ଅନୁଷ୍ଠାନ ଗଢ଼ି ଜନସେବାରେ ନିଜକୁ ସମର୍ପିତ କରିଥିଲେ। ଏଥିପାଇଁ ସେ ବହୁ ପୁରସ୍କାର ଓ ସମ୍ମାନର ଅଧିକାରୀ ହୋଇଥିଲେ। ୨୦୦୦ରେ ରତନଙ୍କୁ ପଦ୍ମଭୂଷଣ ଓ ୨୦୦୮ରେ ଭାରତ ସରକାରଙ୍କ ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମବିଭୂଷଣ ଉପାଧିରେ ଭୂଷିତ କରାଯାଇଥିଲା। ଏହାବାଦ୍‌ ୨୦୦୬ରେ ମହାରାଷ୍ଟ୍ର ଭୂଷଣ ଓ ୨୦୨୧ରେ ଆସାମ ବୈଭବ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri