ଆମେରିକାରେ ୮,୦୦୦ ମାଇଲ ବୁଲିବ ରାମମନ୍ଦିର ରଥ

ଓ୍ବାଶିଂଟନ୍‌,୨୩ା୩: ଆମେରିକାର ଶିକାଗୋରୁ ସୋମବାର ବାହାରିବାକୁ ଥିବା ରାମମନ୍ଦିର ରଥଯାତ୍ରା ଦେଶର ୪୮ ରାଜ୍ୟ ଭ୍ରମଣ କରିବ। ୬୦ ଦିନ ମଧ୍ୟରେ ଏହା ୮,୦୦୦ରୁ ଅଧିକ ମାଇଲ ଅତିକ୍ରମ କରି ୮୫୧ ମନ୍ଦିର ବୁଲିବ। ସେହିପରି କାନାଡାର ୧୫୦ ମନ୍ଦିର ମଧ୍ୟ ବୁଲିବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।
ବିଶ୍ୱହିନ୍ଦୁ ପରିଷଦ ଆମେରିକା (ଭିଏଚ୍‌ପିଏ) ସାଧାରଣ ସମ୍ପାଦକ ଅମିତାଭ ମିତ୍ତଲ କହିଛନ୍ତି, ଏକ ଟୋୟୋଟା ଭ୍ୟାନ୍‌ରେ ନିର୍ମିତ ଏହି ରଥରେ ପ୍ରଭୁ ରାମ, ଦେବୀ ସୀତା, ଲକ୍ଷ୍ମଣ ଓ ହନୁମାନଙ୍କ ମୂର୍ତ୍ତିକୁ ଅବସ୍ଥାପିତ କରାଯାଇଛି। ଅଯୋଧ୍ୟା ରାମମନ୍ଦିରରୁ ନିଆଯାଇଥିବା ସ୍ବତନ୍ତ୍ର ପ୍ରସାଦ ଏବଂ ପ୍ରାଣ ପ୍ରତିଷ୍ଠା ପୂଜିତ ଅକ୍ଷତକୁ ମଧ୍ୟ ଏଥିରେ ରଖାଯିବ। ରାମମନ୍ଦିର ପ୍ରତିଷ୍ଠା ପରେ ବିଶ୍ୱର ୧.୫ ବିଲିୟନ୍‌ ହିନ୍ଦୁଙ୍କ ମଧ୍ୟରେ ଆସ୍ଥା ଓ ଶକ୍ତିର ପୁନଃ ଅଭ୍ୟୁଦୟ ହୋଇଛି। ଏପ୍ରିଲ ୨୩ ହନୁମାନ ଜୟନ୍ତୀ ଅବସରରେ ଇଲିନୋଇସ୍‌ସ୍ଥିତ ସୁଗାର ଗ୍ରୋଭ୍‌ରେ ରଥଯାତ୍ରା ଶେଷ ହେବ। ଏହି ଐତିହାସିକ ଯାତ୍ରାରେ ଭିଏଚ୍‌ପିଏକୁ ସହଯୋଗ କରିବା ପାଇଁ ବହୁ ସ୍ବେଚ୍ଛାସେବୀ ନିଜ ନାମ ପଞ୍ଜୀକରଣ କରିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଉଦାସୀନତା: ୨ ଶିକ୍ଷକଙ୍କ କାନ୍ଧରେ ହାଇସ୍କୁଲ, ୧୦୦ ପିଲାଙ୍କ ହଷ୍ଟେଲ ଭାର

ଜମନକିରା,୧୯।୮(ରବିନ୍ଦ୍ର ପ୍ରସାଦ ଦାନୀ):ଗୋଟିଏ ପଟେ ସରକାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସଂସ୍କାର ଓ ରୂପାନ୍ତରଣର ଦିଗଦର୍ଶନ ଦେଉଛନ୍ତି। ଅନ୍ୟପଟେ ଗ୍ରାଉଣ୍ଡ ଜିରୋରେ ସରକାରୀ ହାଇସ୍କୁଲଗୁଡ଼ିକ କର୍ମଚାରୀ ଓ…

ନିଖୋଜ ମା’ଙ୍କୁ ଖୋଜୁଛି ବିଜୟ: ବଜାରରୁ ଗଳିକନ୍ଦି ବୁଲି ମାରୁଛନ୍ତି ପୋଷ୍ଟର

ଭୁବନେଶ୍ୱର, ୧୯ା୮(ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ନିଖୋଜଙ୍କ ସଂଖ୍ୟା ବଢି ଚାଲୁଥିବା ବେଳେ ଉଦ୍ଧାର କରିବାରେ ବିଫଳ ହେଉଛି କମିଶନରେଟ୍‌ ପୋଲିସ। ସିସିଟିଭି ଫୁଟେଜ୍‌ ଯାଞ୍ଚ ଆଳରେ ପୋଲିସ…

ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ କଲେ ଏମିତି କାରନାମା

ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍‌କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା…

ଦିଗହରା ଆମେରିକା

ଇରାନ ଉପରେ ୨୮ ଫେବୃଆରୀ ୨୦୨୬ରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ହୋଇଥିବା ଘମାଘୋଟ ଯୁଦ୍ଧ ବେଳେ ଗତ ୬୦ ଦିନିଆ ଅସ୍ତ୍ରବିରତି ସାମୟିକ…

୨୦ରୁ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା ଆବେଦନ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୯ା୮(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌-ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖ ଅପରାହ୍ନ ୨ଟାରୁ ଆବେଦନ…

ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri