କେରେଡ଼ାଗଡ଼ରେ ରଥଯାତ୍ରା

ରାଜନଗର, ୨।୭(ଡି.ଏନ.ଏ.): କରୋନା ମହାମାରୀର ଦୁଇବର୍ଷ ପରେ ରାଜନଗରର କେରେଡ଼ାଗଡ଼ ଶ୍ରୀଜଗନ୍ନାଥ ଜୀଉଙ୍କ ପବିତ୍ର ରଥଯାତ୍ରା ଶୁକ୍ରବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। କୋଭିଡ୍‌ କଟକଣା ଯୋଗୁ ୨ବର୍ଷ ରଥଯାତ୍ରା ବନ୍ଦ ରହିଥିଲା। କେରେଡାଗଡର ରଥଦାଣ୍ଡରେ ରଥ ଉପରେ ଶ୍ରୀଜଗନ୍ନାଥ ଜୀଉ ଭକ୍ତଙ୍କୁ ଦର୍ଶନ ଦେବା ବେଳେ ହଜାର ହଜାର ଶ୍ରଦ୍ଧାଳୁ ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହୋଇ ଥିଲା ବଡଦାଣ୍ଡ। ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ଭିତରେ ଶ୍ରୀଜଗନ୍ନାଥଙ୍କ ରଥକୁ ଭକ୍ତମାନେ ଟାଣିବା ସମୟରେ ସବୁରି କଣ୍ଠରେ ଜୟ ଜଗନ୍ନାଥ ଧ୍ୱନିରେ ବଡଦାଣ୍ଡ ପ୍ରକମ୍ପିତ ହୋଇଥିଲା। ମହାପ୍ରଭୁଙ୍କ ସକାଳ ନୀତି ପରେ ମଧ୍ୟାହ୍ନ ୧୨ଟାରେ ଶ୍ରୀଜୀଉଙ୍କ ବିଗ୍ରହଙ୍କୁ ବଡପଣ୍ଡା ମଦନ ମୋହନ ରଥ, ନିତ୍ୟାନନ୍ଦ ପଣ୍ଡା, ଜନକୃଷ୍ଣ ରଥ, ସୋମନାଥ ରଥଙ୍କ ସମେତ ସମସ୍ତ ସେବାୟତ ଘଣ୍ଟ ଧ୍ୱନି ମଧ୍ୟରେ ପହଣ୍ଡି ବିଜେ କରାଇଥିଲେ। ଅପରାହ୍ନ ସାଢେ ୨ଟାରେ କନିକା ରାଜା ସାହେବ ଶିବେନ୍ଦ୍ର ନାରାୟଣ ଭଞ୍ଜଦେଓ ପରମ୍ପରା ଅନୁଯାୟୀ ଛେରା ପହଁରା ନୀତି ଶେଷ କରିଥିଲେ। ଅପରାହ୍ନ ସାଢେ ୪ଟାରେ ରଥଟଣା ଆରମ୍ଭ ହୋଇଥିଲା। ସନ୍ଧ୍ୟା ୬ଟାରେ ମହାପ୍ରଭୁ ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚତ୍ ଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏକ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଥିଲେ। ରାଜନଗର ତହସିଲଦାର ଭୋଳାନାଥ ସେଠୀ, ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସନ୍ଧ୍ୟାରାଣୀ ବେଉରିଆ, ଆଇଆଇସି ତପନ କୁମାର ନାୟକଙ୍କ ସମେତ ପୋଲିସ ଅଧିକାରୀମାନେ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ। ରାଜନଗର ବିଧାୟକ ଧ୍ରୁବ ସାହୁ, ଜିଲାପରିଷଦ ଉପାଧ୍ୟକ୍ଷ ଅଶୋକ କୁମାର ପ୍ରତିହାରୀ, ଜିଲାପରିଷଦ ସଭ୍ୟ ସୁରେନ୍ଦ୍ର ପ୍ରସାଦ ରାଉତ, ସରପଞ୍ଚ ତାପସ କୁମାର ସାହୁ, ସମିତିସଭ୍ୟ ପ୍ରଶାନ୍ତ ରାଉତ ପ୍ରମୁଖ ଉପସ୍ଥିତ ରହି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ବରିଷ୍ଠ ପତ୍ରକାର ଭାସ୍କର ରାଉତରାୟ, ପଣ୍ଡିତ ବରଦାକାନ୍ତ ଜେନା ଜଗନ୍ନାଥ ମହାପ୍ରଭୁଙ୍କ ସମ୍ବନ୍ଧରେ ଧାରା ବିବରଣୀ ପ୍ରଦାନ କରିଥିଲେ।
ସେହିପରି ରାଜନଗରସ୍ଥିତ ଶ୍ରୀଦଧିବାମନଜୀଉଙ୍କ ରଥଯାତ୍ରା ଶାନ୍ତିଶୃଙ୍ଖଳା ସହ ଶେଷ ହୋଇଛି। ଏଠାରେ କନିକା ଯୁବରାଜ ଧୀବେନ୍ଦ୍ର ନାରାୟଣ ଭଞ୍ଜଦେଓ ରଥରେ ଛେରା ପହଁରା କରିଥିଲେ। ରାଣୀ ମୃଣାଳିନୀ ଦେବୀଙ୍କ ସମେତ ବଡପଣ୍ଡା ଏବଂ ସେବାୟତମାନେ ଉପସ୍ଥିତ ଥିଲେ। ସେହିପରି ପେଣ୍ଠସ୍ଥିତ ଶ୍ରୀ ଶ୍ରୀବନବିହାରୀ ଜୀଉଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri