କେରେଡ଼ାଗଡ଼ରେ ରଥଯାତ୍ରା

ରାଜନଗର, ୨।୭(ଡି.ଏନ.ଏ.): କରୋନା ମହାମାରୀର ଦୁଇବର୍ଷ ପରେ ରାଜନଗରର କେରେଡ଼ାଗଡ଼ ଶ୍ରୀଜଗନ୍ନାଥ ଜୀଉଙ୍କ ପବିତ୍ର ରଥଯାତ୍ରା ଶୁକ୍ରବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। କୋଭିଡ୍‌ କଟକଣା ଯୋଗୁ ୨ବର୍ଷ ରଥଯାତ୍ରା ବନ୍ଦ ରହିଥିଲା। କେରେଡାଗଡର ରଥଦାଣ୍ଡରେ ରଥ ଉପରେ ଶ୍ରୀଜଗନ୍ନାଥ ଜୀଉ ଭକ୍ତଙ୍କୁ ଦର୍ଶନ ଦେବା ବେଳେ ହଜାର ହଜାର ଶ୍ରଦ୍ଧାଳୁ ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହୋଇ ଥିଲା ବଡଦାଣ୍ଡ। ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ଭିତରେ ଶ୍ରୀଜଗନ୍ନାଥଙ୍କ ରଥକୁ ଭକ୍ତମାନେ ଟାଣିବା ସମୟରେ ସବୁରି କଣ୍ଠରେ ଜୟ ଜଗନ୍ନାଥ ଧ୍ୱନିରେ ବଡଦାଣ୍ଡ ପ୍ରକମ୍ପିତ ହୋଇଥିଲା। ମହାପ୍ରଭୁଙ୍କ ସକାଳ ନୀତି ପରେ ମଧ୍ୟାହ୍ନ ୧୨ଟାରେ ଶ୍ରୀଜୀଉଙ୍କ ବିଗ୍ରହଙ୍କୁ ବଡପଣ୍ଡା ମଦନ ମୋହନ ରଥ, ନିତ୍ୟାନନ୍ଦ ପଣ୍ଡା, ଜନକୃଷ୍ଣ ରଥ, ସୋମନାଥ ରଥଙ୍କ ସମେତ ସମସ୍ତ ସେବାୟତ ଘଣ୍ଟ ଧ୍ୱନି ମଧ୍ୟରେ ପହଣ୍ଡି ବିଜେ କରାଇଥିଲେ। ଅପରାହ୍ନ ସାଢେ ୨ଟାରେ କନିକା ରାଜା ସାହେବ ଶିବେନ୍ଦ୍ର ନାରାୟଣ ଭଞ୍ଜଦେଓ ପରମ୍ପରା ଅନୁଯାୟୀ ଛେରା ପହଁରା ନୀତି ଶେଷ କରିଥିଲେ। ଅପରାହ୍ନ ସାଢେ ୪ଟାରେ ରଥଟଣା ଆରମ୍ଭ ହୋଇଥିଲା। ସନ୍ଧ୍ୟା ୬ଟାରେ ମହାପ୍ରଭୁ ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚତ୍ ଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏକ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଥିଲେ। ରାଜନଗର ତହସିଲଦାର ଭୋଳାନାଥ ସେଠୀ, ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସନ୍ଧ୍ୟାରାଣୀ ବେଉରିଆ, ଆଇଆଇସି ତପନ କୁମାର ନାୟକଙ୍କ ସମେତ ପୋଲିସ ଅଧିକାରୀମାନେ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ। ରାଜନଗର ବିଧାୟକ ଧ୍ରୁବ ସାହୁ, ଜିଲାପରିଷଦ ଉପାଧ୍ୟକ୍ଷ ଅଶୋକ କୁମାର ପ୍ରତିହାରୀ, ଜିଲାପରିଷଦ ସଭ୍ୟ ସୁରେନ୍ଦ୍ର ପ୍ରସାଦ ରାଉତ, ସରପଞ୍ଚ ତାପସ କୁମାର ସାହୁ, ସମିତିସଭ୍ୟ ପ୍ରଶାନ୍ତ ରାଉତ ପ୍ରମୁଖ ଉପସ୍ଥିତ ରହି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ବରିଷ୍ଠ ପତ୍ରକାର ଭାସ୍କର ରାଉତରାୟ, ପଣ୍ଡିତ ବରଦାକାନ୍ତ ଜେନା ଜଗନ୍ନାଥ ମହାପ୍ରଭୁଙ୍କ ସମ୍ବନ୍ଧରେ ଧାରା ବିବରଣୀ ପ୍ରଦାନ କରିଥିଲେ।
ସେହିପରି ରାଜନଗରସ୍ଥିତ ଶ୍ରୀଦଧିବାମନଜୀଉଙ୍କ ରଥଯାତ୍ରା ଶାନ୍ତିଶୃଙ୍ଖଳା ସହ ଶେଷ ହୋଇଛି। ଏଠାରେ କନିକା ଯୁବରାଜ ଧୀବେନ୍ଦ୍ର ନାରାୟଣ ଭଞ୍ଜଦେଓ ରଥରେ ଛେରା ପହଁରା କରିଥିଲେ। ରାଣୀ ମୃଣାଳିନୀ ଦେବୀଙ୍କ ସମେତ ବଡପଣ୍ଡା ଏବଂ ସେବାୟତମାନେ ଉପସ୍ଥିତ ଥିଲେ। ସେହିପରି ପେଣ୍ଠସ୍ଥିତ ଶ୍ରୀ ଶ୍ରୀବନବିହାରୀ ଜୀଉଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?