କୋଟିଆରେ ରଥଯାତ୍ରା: ହଜାର ହଜାର ଭକ୍ତଙ୍କ ଗ୍ରହଣରେ ୪ ମନ୍ତ୍ରୀଙ୍କ ସହ ରଥ ଟାଣିଲେ ଉପମୁଖ୍ୟମନ୍ତ୍ରୀ

କୋରାପୁଟ/ପଟ୍ଟାଙ୍ଗି,୨୮ା୬(ଅମିତାଭ ବେହେରା/ଶରତ କୁମାର ଧଳ)-ପୁରୀରେ ରୀତିନୀତି ଅନୁଯାୟୀ ୩ ଠାକୁରଙ୍କ ରଥଯାତ୍ରା ପାଳନ ହୋଇଥିବା ବେଳେ ଏହାର ଗୋଟିଏ ଦିନ ପରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତରେ ରଥଟଣା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ସମେତ ରାଜସ୍ବ ଓ ବିପର୍ଯ୍ୟସ୍ତ ମନ୍ତ୍ରୀ ସୁରେଶ ପୂଜାରୀ, ବାଣିଜ୍ୟ ପରିବହନ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, କ୍ଷୁଦ୍ର ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କୋରାପୁଟ ଏମ୍‌ପି ସପ୍ତଗିରି ଉଲକା, ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ୍‌, କୋରାପୁଟ ବିଧାୟକ ରଘୁରାମ ମାଛ, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଜିଲାପାଳ ଭି.କୀର୍ତ୍ତି ୱାସନ ଓ ଜିଲା ଏସ୍‌ପି ରୋହିତ ଭର୍ମା ପ୍ରମୁଖ ଯୋଗଦେଇଥିଲେ। ଜଗନ୍ନାଥଙ୍କୁ ଦର୍ଶନ କରି ଛେରା ପହଁରା କରିଥିଲେ।

ଏହାପରେ ଉପମୁଖ୍ୟମନ୍ତ୍ରୀ ସିଂଦେଓ ଅନ୍ୟ ମନ୍ତ୍ରୀ, ଏମ୍‌ପି ଓ ବିଧାୟକମାନେ ରଥ ଟାଣି ଅଙ୍ଗନଓ୍ବାଡି କେନ୍ଦ୍ରର ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ। ୩ ଠାକୁରଙ୍କ ପହଣ୍ଡିରେ ଅଂଶଗ୍ରହଣ କରିଥିଲେ। ସମସ୍ତେ କୋଟିଆ ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ପାରିପାଶର୍‌ବିକ ସ୍ଥିତି ଅନୁଧ୍ୟାନ କରିଥିଲେ। ଥାନା ନିକଟରେ ନବନିର୍ମିତ ଗେଷ୍ଟ ହାଉସ୍‌ ଉଦ୍‌ଘାଟନ କରିଥିଲେ। କୋରାପୁଟ ଫେରିବା ବେଳେ ଦେଓମାଳି ପର୍ଯ୍ୟଟନସ୍ଥଳୀ ପରିଦର୍ଶନ କରି ଉନ୍ନୟନମୂଳକ କାର୍ଯ୍ୟ ଦେଖିଥିଲେ।

ଏହି ସମୟରେ ପଟ୍ଟାଙ୍ଗି ବ୍ଲକ୍‌ ଅଧ୍ୟକ୍ଷା କଳ୍ପନା ପାଙ୍ଗୀ, ଉପଜିଲାପାଳ ପ୍ରେମଲାଲ୍‌ ହିଆଲ୍‌, ସିଡିଓ ବେଣୁଧର ଶବର,ଜିଲା ଭାଜପା ସଭାପତି ଶିବ ମୁଦୁଲି, ପୂର୍ବତନ ସଭାପତି ସୁମନ୍ତ ପ୍ରଧାନ, ପୂର୍ବତନ ଏମ୍‌ପି ତଥା କଂଗ୍ରେସ ଦଳ ନେତା ଜୟରାମ ପାଙ୍ଗୀ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ସରପଞ୍ଚ ଲିଉ ଗେମେଲ୍‌, ସମିତି ସଭ୍ୟା ଅମ୍ବିକା ପାଙ୍ଗୀ, ଜୋନ୍‌ ୨ ଜିଲା ପରିଷଦ ସଭ୍ୟ ଲଇଚନ ଖରା, ପୂର୍ବତନ ମାଲକାନଗିରି ବିଧାୟକ ଡମ୍ବରୁ ଶୀସା ପ୍ରମୁଖ ଯୋଗଦେଇଥିଲେ।

ପଟ୍ଟାଙ୍ଗି ବିଡିଓ ରାମକୃଷ୍ଣା ନାୟକ ଓ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କ ତତ୍ତ୍ୱାବଧାନରେ ବ୍ଲକ୍‌ ଓ ତହସିଲ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ। ଉପମୁଖ୍ୟମନ୍ତ୍ରୀ ଓ ୪ଟି ମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପୋଲିସ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ଉପ ଆରକ୍ଷୀ ଅଧିକ୍ଷକ ମନୋବ୍ରତା ସତପଥୀ ଓ ସୁନାବେଡା ଏଡିପିଓ ସୁମିତ୍ରା ଜେନା ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?