ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ତିନିରଥକୁ ଲକ୍ଷାଧିକ ଭକ୍ତ ଅତି ଆନନ୍ଦ ଓ ଉତ୍ସାହର ସହିତ ଟାଣିନେଇଥିଲେ। ଏହାପରେ ଶରଧାବାଲିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଦର୍ଶନ ନିମନ୍ତେ ପ୍ରବଳ ଗହଳି ଲାଗିଛି। ମଙ୍ଗଳବାର ଶ୍ରୀବିଗ୍ରହଙ୍କ ଆଡ଼ପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ ହେବ। ସେହିପରି ବୁଧବାରଠାରୁ ଆଡ଼ପ ଦର୍ଶନ ଆରମ୍ଭ ହେବା ସହ ଆଡ଼ପ ଅବଢ଼ା ବାହାରିବ।
ରବିବାର ସଅଳ ରଥ ଟଣା ହୋଇଥିଲେ ମଧ୍ୟ ୩ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିପାରି ନ ଥିଲା। ସନ୍ଧ୍ୟା ହୋଇଯିବାରୁ ରଥ ଟଣା ବନ୍ଦ ରଖାଯାଇଥିଲା। ଫଳରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ମରୀଚିକୋଟ ଛକରେ, ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଶ୍ରୀକୃଷ୍ଣ ସିନେମା ଛକରେ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରଠାରୁ

ଟିକେ ଦୂର ଗଡ଼ି ଅଟକି ରହିଥିଲା। ରଥଟଣା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହୋଇଥିଲା। ରବିବାର ରାତି ୧୨ଟାରୁ ୧୨ଟା ୨୫ ମଧ୍ୟରେ ତିନି ରଥର ମଇଲମ ଓ ୧୨ଟା ୩୦ରେ ମହାସ୍ନାନ ସମ୍ପନ୍ନ କରାଯାଇଥିଲା। ପରେ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇ ଘଣ୍ଟଛତା, ମଧ୍ୟାହ୍ନ ଧୂପ ରାତି ୨ଟା ୪୫ରେ ସରିଥିଲା।

ସେହିପରି ରଥ ଟଣାର ଦ୍ୱିତୀୟ ଦିନ ସୋମବାର ସକାଳ ୭ଟା ୩୦ରୁ ୮ଟା ମଧ୍ୟରେ ମଙ୍ଗଳ ଆଳତି, ଅବକାଶ ସରି ୯ଟା ୧୦ରେ ବେଶ ଶେଷ ହୋଇଥିଲା। ବିଜେ କାହାଳୀ ବାଜିବା ପରେ ୯ଟା ୨୦ରେ ରଥ ଟଣା ଆରମ୍ଭ ହୋଇଥିଲା। ଭକ୍ତମାନେ ଜୟ ଜଗନ୍ନାଥ ଧ୍ୱନି ଦେଇ ୩ ରଥକୁ ଟାଣି ଟାଣି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚାଇଥିଲେ। ମହାପ୍ରଭୁଙ୍କ ତାଳଧ୍ୱଜ ରଥ ମଧ୍ୟାହ୍ନ ୧୨ଟା ୩୫, ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଅପରାହ୍ନ ୧ଟା ୪୦ ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ୨ଟା ୩୫ରେ ଶରଧାବାଲିରେ ପହଞ୍ଚି ଥିଲା। ସେଠାରେ ରଥ ଉପରେ ଶ୍ରୀବିଗ୍ରହଙ୍କ ନୀତି ଅନୁଷ୍ଠିତ ହେବା ସହ ଶୁଖିଲା ଭୋଗ ଲାଗି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri