ରଥଯାତ୍ରା ଦଳଚକଟା ଘଟଣା: ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଚେକ୍‌ ଦେଲେ ମନ୍ତ୍ରୀ

ଖୋର୍ଦ୍ଧା,୨ା୭(ପ୍ରଭାତ ପାଣିଗ୍ରାହୀ): ପୁରୀ ଶ୍ରାଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁଘଟିଛି। ଏହି ଘଟଣାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମର ବାସନ୍ତୀ ସାହୁଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବରଣ କରିଥିବା ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୫ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଥିଲେ। ତେବେ ଆଜି ଅର୍ଥାତ୍‌ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୃତ ମହିଳାଙ୍କ ଘରେ ପହଞ୍ଚି ପରିବାରବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ। ସରକାରଙ୍କ ଘୋଷଣା ଅନୁଯାୟୀ ୨୫ ଲକ୍ଷ ଟଙ୍କାର ଚେକ୍‌ ବାସନ୍ତିଙ୍କ ସ୍ବାମୀ ଦିଲୀପ ସାହୁଙ୍କୁ ପ୍ରଦାନ କରିଥିଲେ। ଘଟଣା ଦିନ ସମସ୍ଥ ସ୍ଥିତି ସମ୍ପର୍କରେ ଦିଲ୍ଲୀପ ଆଇନମନ୍ତ୍ରୀଙ୍କୁ ଜଣାଇଥିଲେ। ଦୁଇ ଜଣ ଅଫିସରଙ୍କ ଦାୟିତ୍ୱରେ ଅବହେଳା ଯୋଗୁ ଏହି ଘଟଣା ଘଟିଲା। ଏଥିଲାଗି ମୁଖ୍ୟମନ୍ତ୍ରୀ ସମସ୍ତ ଜଗନ୍ନାଥ ପ୍ରେମୀଙ୍କୁ କ୍ଷମା ପ୍ରାର୍ଥନା କରିଛନ୍ତି। ସରକାରଙ୍କ ପକ୍ଷରୁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଥିବା ବେଳେ ଦଳାଚକଟା ସ୍ତ୍ରୀଙ୍କୁ ହରାଇ ଦିଲ୍ଲୀପଙ୍କ ପୁରା ପରିବାର ଦୁଃଖରେ ଭାଙ୍ଗିପଡ଼ିଛନ୍ତି। ମନ୍ତ୍ରୀଙ୍କ ସହ ବେଗୁନିଆ ବିଧାୟକ ପ୍ରଦୀପ ସାହୁ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ମାହାଙ୍ଗା ବିଧାୟକ ସାରଦା ପ୍ରଧାନ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri