ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା

ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ ହେବାକୁ ଯାଉଛି। ଧର୍ମଶାଳା ମୁନ୍‌ସୀ ମେଳଣ କମିଟି ଓ ଭାଲୁଖାଇ ଜଗନ୍ନାଥ ମନ୍ଦିର କମିଟି ମିଳିତ ଆନୁକୂଲ୍ୟରେ ଏହି ରଥଯାତ୍ରା ସମାପନ କରାଯିବ। ପୁରାତନ କଳା ସଂସ୍କୃତି ଓ ପରମ୍ପରା ରୀତିନୀତିରେ ମହା ଆଡ଼ମ୍ବରରେ ଏହାକୁ ପାଳନ କରାଯିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୨୭ ତାରିଖରେ ଚତୁର୍ଦ୍ଧା ମୂର୍ତ୍ତି ରଥାରୂଢ଼ ହୋଇ ଜାରକା, ଶାନ୍ତି ବଜାର ଓ ଧର୍ମଶାଳା ବଜାର ଦେଇ ହାଟପଡ଼ିଆସ୍ଥିତ ମାଉସୀ’ମା ମନ୍ଦିରକୁ ଯିବେ। ମାଉସୀ ମନ୍ଦିରରେ ନଅ ଦିନ ଠାକୁର ରହିବା ଅବସରରେ କମିଟି ପକ୍ଷରୁ ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ ଏବଂ ଜୁଲାଇ ୫ରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଭାଲୁଖାଇସ୍ଥିତ ଜଗନ୍ନାଥ ମନ୍ଦିରକୁ ବାହୁଡ଼ିବେ ବୋଲି ଆଜି କମିଟି ପକ୍ଷରୁ ମନ୍ଦିର ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri