‘ରଥଯାତ୍ରା ମେଳାକୁ ମାହାସୁଲ ମୁକ୍ତ କରାଯାଉ’

ବାରିପଦା ଅଫିସ,୨୯।୬ – ମୟୂରଭଞ୍ଜ ଜିଲା ବାରିପଦା ରଥଯାତ୍ରା ପଡ଼ିଆରେ ବସୁଥିବା ଉଠା ଦୋକାନୀଙ୍କୁୁ ମହାସୁଲ ମୁକ୍ତ କରିବା ସହିତ ବିଭିନ୍ନ ଦାବି ନେଇ ଭଞ୍ଜସେନା ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବାରିପଦା ପୌର ପରିଷଦର ଅଧ୍ୟକ୍ଷ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଭେଟି ଦାବି ଗୁଡିକ ସମ୍ପର୍କରେ ଆଲୋଚନା କରିଛନ୍ତି। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇ ଦାବି ଗୁଡ଼ିକ ପୂରଣ କରାଯିବ ବୋଲି ପୌରାଧ୍ୟକ୍ଷ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।
ରଥଯାତ୍ରା ସମୟରେ ବାରିପଦା ମ୍ୟୁନିସିପାଲିଟି ପକ୍ଷରୁ ରଥ ପଡ଼ିଆର ଟେଣ୍ଡର କରାଯାଇଥାଏ। ଲିଜ୍‌ଧାରୀମାନ ବସୁଥବା ଉଠା ଦୋକାନୀଙ୍କଠାରୁ ମହାସୁଲ ବାବଦରେ ବହୁ ଅଧିକ ଅର୍ଥ ଆଦାୟ କରିଥାନ୍ତି। ଫଳରେ ପଡ଼ୋଶୀ ଜିଲା ତଥା ରାଜ୍ୟରୁ ଦୋକାନୀମାନେ ମେଳାକୁ ଆସିବାକୁ ଅମଙ୍ଗ ହେଉଥିବାରୁ ରଥପଡ଼ିଆରେ ଦୋକାନୀଙ୍କ ସଂଖ୍ୟା ପ୍ରତିବର୍ଷ କମିବାରେ ଲାଗିଛି। ଏଣୁ ମେଳାକୁ ସରସ ସୁନ୍ଦର କରିବା ପାଇଁ ଭଞ୍ଜ ସେନା ପକ୍ଷରୁ ୫ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ରଥଯାତ୍ରା ସମୟରେ ମେଳାକୁ ସମ୍ପୂର୍ଣ୍ଣ ମହାସୁଲ ମୁକ୍ତ କରିବା, ସହରରେ ବସୁଥିବା ଉଠାଦୋକାନୀଙ୍କଠାରୁ ଧାର୍ଯ୍ୟ ମହାସୁଲଠାରୁ ଅଧିକ ଆଦାୟ ବନ୍ଦ କରିବା, ଧାର୍ଯ୍ୟ ମୂଲ୍ୟ ସମ୍ପର୍କରେ ବ୍ୟାନର ମାଧ୍ୟମରେ ସହରବାସୀଙ୍କୁ ଅବଗତ କରିବା, ଅଧିକ ମହାସୁଲ ଆଦାୟ କରୁଥିବା ଲିଜ୍‌ଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା, ବଡ଼ଦାଣ୍ଡରେ ଥିବା ଘର ମାଲିକମାନେ ଘର ସମ୍ମୁଖରେ ଭଡ଼ା ବାବଦକୁ ବେଆଇନ ଟଙ୍କା ଆଦାୟ କରୁଥିଲେ ସେଥିରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶ ଦେବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି। ଦାବିପତ୍ର ପ୍ରଦାନ ସମୟରେ ସତ୍ୟସ୍ବରୂପ ଦାଶ, ନିମାଇଁ ତ୍ରିପାଠୀ, ରାକେଶ ବେହେରା, ଏସ୍‌. କେ. ରାଜାଖାନ, ଦେବାଶିଷ ଦାସ, ଦିବ୍ୟାଜିତ ସାହୁ, ସଞ୍ଜୟ ମହାନ୍ନା, ଦେବାଶିଷ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri