ରଥଯାତ୍ରା ଦଳାଚକଟା: ପ୍ରତି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୯ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ଦାୟିତ୍ୱରେ ଅବହେଳା ଅଭିଯୋଗ ପାଇଁ ନିଲମ୍ବିତ କରାଯାଇଛି।

ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?