Posted inଜାତୀୟ

କେବଳ ପୁରୀରେ ହେବ ରଥଯାତ୍ରା, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୬।୭: ଚଳିତ ବର୍ଷ କେବଳ ପୁରୀରେ ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଓଡ଼ିଶାର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହି ବୋଲି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ କାଏମ୍‌ ରଖିଛନ୍ତି। କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ, କେବଳ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ। ରାଜ୍ୟର ଅନ୍ୟ ଜଗନ୍ନାଥ ମନ୍ଦିର ପରିସରରେ ଏହା ମନ୍ଦିର କର୍ତ୍ତୃପକ୍ଷଙ୍କ ଦ୍ୱାରା କରାଯିବ। ତେବେ ଏହାକୁ ବିରୋଧ କରି ସୁପ୍ରିମ୍‌କୋର୍ଟରେ ଆଇନଜୀବୀ ବିଷ୍ଣୁ ଶଙ୍କର ଜୈନଙ୍କ ଦ୍ୱାରା ଏକ ଆବେଦନ ଦାଖଲ କରାଯାଇଥିଲା। ଏହାର ବିଚାର କରି ସୁପ୍ରମିକୋର୍ଟ ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ସହିତ ସହମତ ହୋଇଛନ୍ତି। ଫଳରେ ଅନ୍ୟ ସହରରେ ରଥଯାତ୍ରା ଅନୁଷ୍ଠିତ କରାଇବା ଲାଗି ହୋଇଥିବା ଆବେଦନ ଖାରଜ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri