ଲକ୍ଷ୍ମୀଙ୍କ ମାନଭଞ୍ଜନ ପରେ ରତ୍ନ ସିଂହାସନକୁ ବାହୁଡ଼ି ଗଲେ ମହାପ୍ରଭୁ

ପୁରୀ ଅଫିସ,୧୨।୭: ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି ସମ୍ପନ୍ନ ହୋଇଛି। ସନ୍ଧ୍ୟାଧୂପ ଶେଷ ପରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀରାମକୃଷ୍ଣ ଓ ଶ୍ରୀମଦନମୋହନଙ୍କୁ ଏବଂ ପରେ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ବଡ଼ଦେଉଳ ରତ୍ନବେଦିକୁ ବିଜେ କରାଯାଇଥିଲା। ଏହାପରେ ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଗୋଟି ପହଣ୍ଡି ହୋଇ ରତ୍ନସିଂହାସନକୁ ବିଜେ କରିଥିଲେ।

ତେବେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ନୀତିକାନ୍ତି ଆରମ୍ଭ ହୋଇଥିଲା। ମହାପ୍ରଭୁ ସିଂହଦ୍ୱାର ଅତିକ୍ରମ କରି ପହଣ୍ଡି ହୋଇ ଜୟବିଜୟ ଦ୍ୱାର ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ପହଞ୍ଚିବା ପୂର୍ବରୁ ମହାଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ପୂର୍ବରୁ ମହାପ୍ରଭୁଙ୍କ ପକ୍ଷରୁ ଦଇତା ଓ ଭିତରପଟେ ମହାଲକ୍ଷ୍ମୀଙ୍କ ପକ୍ଷରୁ ଭିତରଚ୍ଛ ମହାପାତ୍ର ବଚନିକା କରିଥିଲେ। ପରେ ଜୟବିଜୟ ଦ୍ୱାର ଖୋଲାଯାଇଥିଲା। ଭଣ୍ଡାରଘରେ ବିଜେ କରିଥିବା ମହାଲକ୍ଷ୍ମୀଙ୍କ ପାଖରେ ଠାକୁର ବିଜେ ହୋଇଥିଲେ। ସେଠାରେ ମହାପ୍ରଭୁଙ୍କ ପକ୍ଷରୁ ଭିତରଚ୍ଛ ସେବାୟତ ବିବାହ ଗଇଁଠାଳ ଫିଟାଇଥିଲେ। ଏହାପରେ ବନ୍ଦାପନା କରାଯାଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ଉଦ୍ଦେଶ୍ୟରେ ରସଗୋଲା ଭୋଗ କରାଯାଇଥିଲା। ଏଭଳି ଭାବେ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିଥିଲେ ମହାପ୍ରଭୁ। ଶେଷରେ ଘସାବିଡ଼ିଆ ମଣୋହୀ ପରେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥିଲେ। ତେବେ ନୀଳାଦ୍ରି ବିଜେ ସହ ରଥଯାତ୍ରା ସୁଚାରୁ ରୂପେ ସମ୍ପନ୍ନ ହୋଇଥିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri