୧୨ ଦୁଆର ବେଢ଼ା ତିଆରି ସରିଲା

ପୁରୀ ଅଫିସ, ୨୩ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋର୍‌ରେ ଆଗେଇ ଚାଲିଛି। ତିନିରଥର ଖପୁରି ସମେତ ପାରାଭାଡ଼ିକୁ ମିଶାଇ ତେର ପରସ୍ତ ପୋଟଳ ସେଟିଂ ଶେଷ ହୋଇଥିବା ବେଳେ ବୁଧବାର ତିନିରଥର ପୋଟଳ ତଳକୁ ୪ଟି ଲେଖାଏ ଋଷିପଟା ସେଟିଂ ହୋଇଛି। ତିନିରଥର ବେଦି ପଛ ଭାଗରେ ପଟାବାଡ଼ିଆ ପରେ ସମ୍ମୁଖ ଭାଗରେ ପଟାବାଡ଼ିଆ ସରିବା ସହ ରଥ ଦକ୍ଷିଣ ପାଶର୍‌ବ ଏବଂ ବାମ ପାଶର୍‌ବରେ ପଟା ପଡ଼ିବା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତିନିରଥର ୪ଟି ଲେଖାଏ ୧୨ଟି ଦୁଆରବେଢ଼ା ନିର୍ମାଣ ସରିବା ପରେ ସେଗୁଡ଼ିକରେ ପ୍ରାଇମର ଦିଆଯାଇ ଚିତ୍ରକାରଙ୍କ ଦ୍ୱାରା ଚିତ୍ର ଅଙ୍କନ ଚାଲିଛି। ତିନିରଥର ପ୍ରଭା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରଭାଫ୍ରେମରେ ପଟାବାଡ଼ିଆ ପରେ ବାଙ୍କ ପଡ଼ି ରୂପ ଖୋଦେଇ ପଟା ସେଟିଙ୍ଗ ହୋଇଛି। ରୂପକାର ସେବକମାନେ ତିନିରଥର ଶେଷ ୩ଟି ନାଟଗୋଡ଼ର ରୂପ ଖୋଦେଇରେ ଶେଷ ସ୍ପର୍ଶ ଦେଉଛନ୍ତି। ଚିତ୍ରକର ସେବକମାନେ ଦୁଆର ବେଢ଼ାରେ ଚିତ୍ର କରିବା ସହ ରଥ ପାଶର୍‌ବ ଦେବଦେବୀ, ନାଟଗୋଡ଼, ଓଲଟ ଶୁଆ, ସଖୀ ଆଦିରେ ରଙ୍ଗ ଦେଉଛନ୍ତି। ଗୁଜ ଓ ପଟାଗୁଜଗୁଡ଼ିକରେ ଖୋଦେଇ, ରୂପରେ ଚିତ୍ର ଅଙ୍କନ କରୁଛନ୍ତି। ଶ୍ରୀମନ୍ଦିର କାର୍ଯ୍ୟାଳୟର ଉପର ପ୍ରକୋଷ୍ଠରେ ୧୭ଜଣ ଦରଜି ସେବକ ବୁଧବାର ସୁଦ୍ଧା ତିନିରଥର କନା କଟିଂ ସାରି ଦୁଆର ବେଢ଼ା ପାଇଁ କନା କଟିଂ ସହ ସିଲଭର ଲେସ ଫିଟିଂ ଓ ଚନ୍ଦ୍ରଶାଳୀରେ ଫୁଲ ପକା କାମ ଶେଷ କରିଛନ୍ତି। ଦୋଳବେଦିସ୍ଥିତ ଅସ୍ଥାୟୀ କମାରଶାଳରେ ଓଝା ସେବକମାନେ ପ୍ରତି ଦୁଆରବେଢ଼ା ପାଇଁ ୧୧ଟି ଲେଖାଏ ମୋଟ ୧୩୨ଟି କଣ୍ଟା ନିର୍ମାଣ ସାରି ଜଗତ ପୃଷ୍ଠ ଶେଣୀ କଣ୍ଟା, ସିଂହାସନ କଣ୍ଟା ଏବଂ ସିଂହାସନ ଗୁଣ୍ଠି କଣ୍ଟା ନିର୍ମାଣ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?