ପୁରୀ ରଥ ଖଳାକୁ ଗଲା ଆଉ ୩୬ ଖଣ୍ଡ କାଠ

ଭଞ୍ଜନଗର,୧୨ା୫(ବାବୁଲା ପ୍ରଧାନ): ବିଶ୍ବପ୍ରସିଦ୍ଧ ପୁରୀ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ମଧ୍ୟରୁ ଗଞ୍ଜାମ ଜଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରୁ ହିଁ ୧୭୪ ଖଣ୍ଡ କାଠ ରଥ ଖଳାକୁ ଯିବ। ପ୍ରଥମ ପର୍ଯ୍ୟାୟରେ ୬ ତାରିଖରେ ତାରସିଂ ରେଞ୍ଜରୁ ୨୩ ଖଣ୍ଡ କାଠ ରଥଖଳାକୁ ଯାଇଥିବା ବେଳେ ସୋମବାର ଆଉ ୩୬ ଖଣ୍ଡ ଧଉରା କାଠ ଗଣ୍ଡି ମୁଜାଗଡ଼ ରେଞ୍ଜ ବାଇବାଲି ନିକଟ ତଡମାରୁ ଯାଇଛି। ଏନେଇ ସାରେ ରଥକାଠ ବୋଝେଇ ଗାଡ଼ି ପୂଜାର୍ଚ୍ଚନା ପରେ ପୁରୀ ଅଭିମୁଖେ ବାହାରିଛି। ଏହି ସମୟରେ ବାଟରେ ବାଇବାଲି, ବିରିକୋଟ, ଗୁଣ୍ଡିରିବାଡ଼ି, ମୁଜାଗଡ଼ ପ୍ରମୁଖ ଗ୍ରାମରେ ରଥ କାଠ ଗାଡ଼ିକୁ ଲୋକେ ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ସମ୍ପୃକ୍ତ ଅଞ୍ଚଳରେ ମ୍‌ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଆଜକୁ ୫ ବର୍ଷ ହେବ ପୁରୀ ରଥଯାତ୍ରା ପାଇଁ ଏହି ଦୁଇ ବନଖଣ୍ଡରୁ କାଠ ପଠାଯାଉଛି। କାଠ ଯିବା ସମୟରେ ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି , ଏସିଏଫ୍‌ ବିବେକ ଦାସ, ଡା.ରଶ୍ମି ରଞ୍ଜନ ସାଇଁ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥିବୀ ରାଜ ପ୍ରଧାନ, ବନପାଳ ଅନୁପ ବିଷୋୟୀ, ବବୁଲ ସେଠୀ, ବ୍ଲକ୍‌ ଅଧ୍ୟକ୍ଷ ନରିସଭା ନାୟକ, ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ସୁବାସ ବରାଡ଼ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri