ରଥଖଳା ଚଳଚଞ୍ଚଳ, ଲାଗିଲା କଇଁଚି

ପୁରୀ ଅଫିସ,୧୯।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି ।
ବଡ଼ପୋଟଳ ଉଠିବା ପରେ ଶନିବାର ତିନି ରଥରେ କଇଁଚି ବାଡ଼ିଆ ହୋଇଛି । ବିଶ୍ୱକର୍ମାମାନେ ରଥର କଳସ ତିଆରୁଛନ୍ତି । ରଥର ପୋଟଳ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଥିବା ବେଳେ ୧୩ ପରସ୍ତରୁ ୧୧ ଟି ସରିଛି । ଆଗକୁ କେବଳ ପାରାଭା ପ୍ରସ୍ତୁତ ହେବ । ତିନି ରଥର ଚାରି ନାହାକା ବାନ୍ଧେଣି ପାଇଁ କଇଁଚି ରଥରେ ଫିଟିଂ କରାଯାଇଛି। ରଥରେ କଣଫାଉ ଲାଗୁଛି । ଏହା ମଣ୍ଡଣି କାର୍ଯ୍ୟରେ ସହାୟକ ହେବ । ଗୟଳ ଉପରେ ତାଗ ବାଡ଼ିଆ ଶେଷ ପର୍ଯ୍ୟାୟରେ ପହଞ୍ଚି ସେଥିରେ ପଟା ବାଡ଼ିଆ ଆରମ୍ଭ ହୋଇଛି । ବିଶ୍ୱକର୍ମା ମାପ ଅନୁଯାୟୀ ପଟା ପ୍ରସ୍ତୁତ କଲାପରେ କମାର ସେବକଙ୍କ ଦ୍ୱାରା ତିଆରି ବାଗିଆ କଣ୍ଟା ଓ ଗୋଡ଼ିଛାଲ କଣ୍ଟା ବାଡେଇ ପୋଟଳ ପ୍ରସ୍ତୁତ ହୋଇଛି। ରଥରେ ସୌନ୍ଦର୍ଯୀକରଣ ପାଇଁ ରଙ୍ଗ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ରଥର ଗୁଜ, ଚକ ଓ ଦଣ୍ଡାରେ ପ୍ରାଇମର ଦିଆଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri