ତିନି ରଥରେ ଲାଗିଲା ଦୁଆର ବେଢ଼ା

ପୁରୀ ଅଫିସ ୨୫ା୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ରଥଖଳାରେ ରଥର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ତିନିରଥର ବେଦୀ ସିଂହାସନ ସମେତ ବେଦୀ ଚତୁଃପାଶର୍‌ବରେ ପଟା ପଡ଼ିବା ସମ୍ପୂର୍ଣ୍ଣ ହୋଇଛି। ତିନିରଥର ୧୨ଟି ଦୁଆରବେଢ଼ା ସହ ୨୪ଟି ନାଟଗୋଡ଼କୁ ଦୁଆରବେଢାରେ ସଂଯୁକ୍ତ କରାଯାଇଛି। ଭୋଇସେବକମାନେ ତିନି ରଥରେ ଦୁଆର ବେଢା ସଂଯୋଗ କରିବା ପରେ ପରମ୍ପରା ଅନୁଯାୟୀ ସପ୍ତମ ହରିବୋଲ ପକାଇଛନ୍ତି। ସିଂହାସନ ବେଦୀ ଉପର ପ୍ରଥମଭୂଇଁ ମଧ୍ୟଭାଗରେ କନକମୁଣ୍ଡି ବସାଯାଇଛି। କନକମୁଣ୍ଡିରୁ ୪ଟି କାଣ୍ଡ ଏବଂ ୨୦ଟି ରୁଅ ଗମ୍ବୁଜାକାର ଭାବେ ସେଟିଂ କରାଯାଇଛି। ବର୍ଷା ପାଣି ନ ପଡ଼ିବା ପାଇଁ ସେଥିରେ ପିତଳ ଚଦର ଆବରଣ ଫିଟିଂ କରାଯିବ। ଏଥିସହ ତିନିରଥର ୩ଟି ଲେଖାଏ ବିଜେ ଚକା ନିର୍ମାଣ ସରିଛି। ରୂପକାର ସେବକମାନେ ତିନି ରଥର ପ୍ରଭାରେ ରୂପ ଖୋଦେଇ ଜାରି ରଖିଛନ୍ତି। ଚିତ୍ରକାର ସେବକମାନେ ୨୪ଟି ନାଟଗୋଡ଼ରେ ଖୋଦେଇ ରୂପରେ ରଙ୍ଗ କାର୍ଯ୍ୟ ଶେଷ କରି ଫିଟିଂ ପାଇଁ ଯୋଗାଇଛନ୍ତି। ଏଥିସହ ତିନିରଥର ୮ଟି ଲେଖାଏ କନ୍ୟାପଟାରେ କନ୍ୟା ଚିତ୍ର ଅଙ୍କନ କରି ସେଗୁଡ଼ିକ କୋଣଗୁଜ ନିକଟ ଦଣ୍ଡାମୁହାଁଟ ଓ ନିରାଡ଼ିରେ ଫିଟିଂ କରାଯାଇଛି। ୨୭ ଶିଖର ଡମ୍ବରୁ ପାଶର୍‌ବ ଦେବଦେବୀ ଆସ୍ଥାନ ରଙ୍ଗକାର୍ଯ୍ୟ ଶେଷ କରି ପ୍ରତି ରଥର ୯ଟି ଲେଖାଏ ପାଶର୍‌ବ ଦେବଦେବୀ ତିନି ରଥର ୨୭ଟି ସଖି ହଂସପଟା ତିନିରଥରେ ସେଟିଂ ହୋଇଥିବା ଗୁଜ ଗୁଡିକରେ ରୂପ ଚିତ୍ର କାର୍ଯ୍ୟଜାରୀ ରଖିଛନ୍ତି। ଦୋଳବେଦୀସ୍ଥିତ ଅସ୍ଥାୟୀ କମାର ଶାଳରେ ଓଝା ସେବକମାନେ କଣ୍ଟା ନିର୍ମାଣ କରୁଛନ୍ତି। ଦରଜିସେବକମାନେ ରଥ କନାରେ ଲେସ ଫିଟିଂ ସହ ଫୁଲ ପକା କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri