ତିନି ରଥରେ ଲାଗିଲା ଦୁଆର ବେଢ଼ା

ପୁରୀ ଅଫିସ ୨୫ା୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ରଥଖଳାରେ ରଥର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ତିନିରଥର ବେଦୀ ସିଂହାସନ ସମେତ ବେଦୀ ଚତୁଃପାଶର୍‌ବରେ ପଟା ପଡ଼ିବା ସମ୍ପୂର୍ଣ୍ଣ ହୋଇଛି। ତିନିରଥର ୧୨ଟି ଦୁଆରବେଢ଼ା ସହ ୨୪ଟି ନାଟଗୋଡ଼କୁ ଦୁଆରବେଢାରେ ସଂଯୁକ୍ତ କରାଯାଇଛି। ଭୋଇସେବକମାନେ ତିନି ରଥରେ ଦୁଆର ବେଢା ସଂଯୋଗ କରିବା ପରେ ପରମ୍ପରା ଅନୁଯାୟୀ ସପ୍ତମ ହରିବୋଲ ପକାଇଛନ୍ତି। ସିଂହାସନ ବେଦୀ ଉପର ପ୍ରଥମଭୂଇଁ ମଧ୍ୟଭାଗରେ କନକମୁଣ୍ଡି ବସାଯାଇଛି। କନକମୁଣ୍ଡିରୁ ୪ଟି କାଣ୍ଡ ଏବଂ ୨୦ଟି ରୁଅ ଗମ୍ବୁଜାକାର ଭାବେ ସେଟିଂ କରାଯାଇଛି। ବର୍ଷା ପାଣି ନ ପଡ଼ିବା ପାଇଁ ସେଥିରେ ପିତଳ ଚଦର ଆବରଣ ଫିଟିଂ କରାଯିବ। ଏଥିସହ ତିନିରଥର ୩ଟି ଲେଖାଏ ବିଜେ ଚକା ନିର୍ମାଣ ସରିଛି। ରୂପକାର ସେବକମାନେ ତିନି ରଥର ପ୍ରଭାରେ ରୂପ ଖୋଦେଇ ଜାରି ରଖିଛନ୍ତି। ଚିତ୍ରକାର ସେବକମାନେ ୨୪ଟି ନାଟଗୋଡ଼ରେ ଖୋଦେଇ ରୂପରେ ରଙ୍ଗ କାର୍ଯ୍ୟ ଶେଷ କରି ଫିଟିଂ ପାଇଁ ଯୋଗାଇଛନ୍ତି। ଏଥିସହ ତିନିରଥର ୮ଟି ଲେଖାଏ କନ୍ୟାପଟାରେ କନ୍ୟା ଚିତ୍ର ଅଙ୍କନ କରି ସେଗୁଡ଼ିକ କୋଣଗୁଜ ନିକଟ ଦଣ୍ଡାମୁହାଁଟ ଓ ନିରାଡ଼ିରେ ଫିଟିଂ କରାଯାଇଛି। ୨୭ ଶିଖର ଡମ୍ବରୁ ପାଶର୍‌ବ ଦେବଦେବୀ ଆସ୍ଥାନ ରଙ୍ଗକାର୍ଯ୍ୟ ଶେଷ କରି ପ୍ରତି ରଥର ୯ଟି ଲେଖାଏ ପାଶର୍‌ବ ଦେବଦେବୀ ତିନି ରଥର ୨୭ଟି ସଖି ହଂସପଟା ତିନିରଥରେ ସେଟିଂ ହୋଇଥିବା ଗୁଜ ଗୁଡିକରେ ରୂପ ଚିତ୍ର କାର୍ଯ୍ୟଜାରୀ ରଖିଛନ୍ତି। ଦୋଳବେଦୀସ୍ଥିତ ଅସ୍ଥାୟୀ କମାର ଶାଳରେ ଓଝା ସେବକମାନେ କଣ୍ଟା ନିର୍ମାଣ କରୁଛନ୍ତି। ଦରଜିସେବକମାନେ ରଥ କନାରେ ଲେସ ଫିଟିଂ ସହ ଫୁଲ ପକା କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri