ଦକ୍ଷିଣମୋଡ଼ ହେଲା ତିନି ରଥ

ପୁରୀ ଅଫିସ, ୧୮ା୭: ଭଉଣୀ ଭାଇଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ଏବେ ଜନ୍ମବେଦିରେ ଲୀଳା କରୁଛନ୍ତି। ଆଡ଼ପ ମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ମୁଖ୍ୟଦ୍ୱାର ସମ୍ମୁଖରେ ଥିବା ତିନିରଥକୁ ଶନିବାର ଦକ୍ଷିଣମୋଡ଼ କରାଯାଇଛି। ପରେ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯାଇଛି।

ପୂର୍ବାହ୍ନ ୧୧ଟା ୫୫ ମିନିଟ୍‌ରେ ମହାପ୍ରଭୁଙ୍କ ଆଜ୍ଞାମାଳ ଅଣାଯାଇ ପ୍ରଥମେ ତାଳଧ୍ୱଜ ରଥରେ ଲାଗିକରାଯାଇଥିଲା। ଏହାପରେ ରଥ ଦକ୍ଷିଣମୋଡ଼ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସେବାୟତ ଓ ପୋଲିସ କର୍ମଚାରୀ ମିଶି ରଥ ଟାଣିଥିଲେ। ପରମ୍ପରା ଅନୁଯାୟୀ, ପ୍ରଥମେ ଦର୍ପଦଳନ ରଥକୁ ଦକ୍ଷିଣମୋଡ଼ କରାଯାଇଥିଲା। ମଧ୍ୟାହ୍ନ ୧୨ଟା ୧୫ରେ ଦର୍ପଦଳନ ରଥ ଟଣା ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୩ଟାରେ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିରେ ଲାଗିଥିଲା। ଏହାପରେ ତାଳଧ୍ୱଜ ଓ ଶେଷରେ ନନ୍ଦିଘୋଷ ରଥକୁ ଦକ୍ଷିଣମୋଡ଼ କରାଯାଇଥିଲା। ସନ୍ଧ୍ୟା ପ୍ରାୟ ୭ଟାରେ ରଥ ଦକ୍ଷିଣମୋଡ଼ ପ୍ରକ୍ରିୟା ସରିଥିଲା।

ଶ୍ରଦ୍ଧାଳୁମାନେ ଶୃଙ୍ଖଳିତ ଭାବେ ବ୍ୟାରିକେଡ୍‌ ବାହାରେ ରହି ଏହା ଦେଖିଥିଲେ। ଅନ୍ୟପକ୍ଷରେ ଆଜ୍ଞାମାଳ ବିଜେ ପରେ ମଧ୍ୟାହ୍ନ ୧୨ଟା ୨୫ରେ ଭୋଗମଣ୍ଡପ ପୂଜା, ଅପରାହ୍ନ ୨ଟା ୨୫ରେ ମହାପ୍ରଭୁଙ୍କ ନୂଆଲୁଗାଲାଗି ବେଶ, ୨ଟା ୩୫ରେ ମଧ୍ୟାହ୍ନ ଧୂପ, ୫ଟାରେ ଦ୍ୱିତୀୟ ଭୋଗମଣ୍ଡପ ପୂଜା ଏବଂ ସନ୍ଧ୍ୟା ୬ଟାରେ ସନ୍ଧ୍ୟା ଆଳତି ଶେଷ ହୋଇ ଥିଲା। ସେହିପରି ପରବର୍ତ୍ତୀ ନୀତିକାନ୍ତି ନିର୍ଦ୍ଧାରିତ ସମୟରେ ସମ୍ପନ୍ନ ହୋଇଥିଲା। ଆସନ୍ତା ୨୦ତାରିଖ ବାହୁଡ଼ା ଯାତ୍ରାରେ ଚତୁର୍ଦ୍ଧାବିଗ୍ରହ ନାକଚଣା ଦ୍ୱାର ଦେଇ ରଥରେ ବିଜେକରି ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିଲାଗି ପୂର୍ବରୁ ତିନି ରଥର ଯାଞ୍ଚ ସହ ମରାମତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri