ରାତି ପାହିଲେ ଘୋଷଯାତ୍ରା: ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୩୦।୬: ଆଉ କେଇ ଘଣ୍ଟାର ଅପେକ୍ଷା। ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଗୁରୁବାର ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ । ଏହାପରେ ପୋଲିିସ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣିନେଇ ଉତ୍ତର ମୋଡ ଦେବେ। ତେବେ ରଥଯାତ୍ରା ପୂର୍ବପ୍ରସ୍ତୁତିକୁ ନେଇ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି । ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି।

କହିରଖୁଛୁ, କରୋନା କଟକଣା ଯୋଗୁ ଦୁଇ ବର୍ଷ ଧରି ରଥଯାତ୍ରାରେ ଭକ୍ତଙ୍କ ସମାଗମ ବନ୍ଦ ରହିଥିଲା। ହେଲେ ଚଳିତ ବର୍ଷ ଘୋଷଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଆଖି ଆଗରେ ରଖି ଉଭୟ ଜିଲା ପ୍ରଶାସନ ଓ ପୋଲିସ ସଜାଗ ରହିଛନ୍ତି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ଏବଂ ସମ୍ଭାବ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତାକୁ ଗୁରୁତ୍ୱ ଦିଆଯାଇଛି। ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ମାସ୍କ ପିନ୍ଧିବାକୁ କୁହାଯିବା ସହ ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କୁ ଭିଡ଼କୁ ନ ଆସିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri