ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା

ଜୟପୁର, ୨୨ା୫(ନି.ପ୍ର.): ଜୟପୁରର ଐତିହାସିକ ରଥଯାତ୍ରା ନେଇ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ା ସ୍ଥାନୀୟ ପୌର ପରିଷଦର ସଭା ଗୃହରେ ହୋଇଥିବା ଏହି ବୈଠକରେ ଉପ ଜିଲାପାଳ ବେଦବର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ବିଧାୟକ ତାରା ପ୍ରସାଦ ବାହିନୀପତି ଯୋଗ ଦେଇଥିଲେ। ଗତ ୨ ବର୍ଷ କୋରନା ପାଇଁ ମନ୍ଦିର ପରିସରରେ ରଥଯାତ୍ରା ହେଉଥିବା ବେଳେ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ବଡଦାଣ୍ଡରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବେ ା ଜୟପୁରରେ ରଥଯାତ୍ରାର ପ୍ରଥମ ଦିନ ପହଣ୍ଡି ହେଉଥିବା ବେଳେ ଦ୍ୱିତୀୟ ଦିନ ରଥଯାତ୍ରା ହୋଇଥାଏ। ସେହି ପରମ୍ପରା ଅନୁସାରେ ରଥଯାତ୍ରା ହେବ ା ଅପରାହ୍ନ ୨ ଟାରେ ରଥ ଟଣା ହେବ ା ରଥ ଟଣା ସମୟରେ ୨୫ରୁ ଅଧିକ ସେବାୟତ ରଥ ଉପରେ ଚଢିବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି ା ରଥରେ ଅଶ୍ଲୀଳ ଗୀତ ବନ୍ଦ ହୋଇଥିବା ବେଳେ ଚଳିତବର୍ଷ ରଥଯାତ୍ରା ଦିନ ଓ ବାହୁଡା ଦିନ ମଦ ବିକ୍ରି ବନ୍ଦ ରହବ। ଶାନ୍ତି ଶୃଙ୍ଖଳାରେ ରଥ ଯାତ୍ରା ପାଇଁ ଟ୍ରାଫିକ ବ୍ୟବସ୍ଥା କଡାକଡି କରାଯିବ। ପରିମଳ ବ୍ୟବସ୍ଥା, ଆଲୋକ ବ୍ୟବସ୍ଥା, ସ୍ବାସ୍ଥ୍ୟ ଓ ସୁରକ୍ଷା, ବିଦ୍ୟୁତ୍‌କରଣ, ପାନୀୟ ଜଳ, ଅଗ୍ନି ନିରାପତ୍ତା ବ୍ୟବସ୍ଥା, ସ୍ବେଚ୍ଛାକୃତ ସେବା, ରଥ ସମ୍ମୁଖରେ ସାଂସ୍କୃତିକ କାର୍ଯ୍ୟକ୍ରମ ଉପରେ ବୈଠକରେ ଆଲୋଚନା ହୋଇଥିଲା। ଜୟପୁର ବାଙ୍କମଠାରେ ଗୁଣ୍ଡିଚା ମନ୍ଦିର ରହିଛି। ଏହି ରାସ୍ତାକୁ ମରାମତି କରିବା ଲାଗି ବିଧାୟକ ରାସ୍ତା ଓ ଗୃହ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ତହସିଲଦାର ତଥା ଦେବୋତ୍ତର ଅଧିକାରୀ ପ୍ରଧାନ ଟୁଲ୍ଲି ଆମ୍ମା, ଏସ୍‌ଡିପିଓ ଅରୁପ ଅଭିଷେକ ବେହେରା, ପୌର ଅଧ୍ୟକ୍ଷ ନରେନ୍ଦ୍ର ମହାନ୍ତି, କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ଅତିରିକ୍ତ ତହସିଲଦାର ଅଶ୍ୱିନ ମହାପାତ୍ର , ରାସ୍ତା ଓ ଗୃହ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ ଭାଷ୍କର ସାମନ୍ତରାୟ, ଲୋକ ସମ୍ପର୍କ ବିଭାଗର ଯୋଶଦା ଗାଦବା, ଦେବୋତ୍ତର ଉପଦେଷ୍ଟା କମିଟିର ସଭାପତି ଲାଲୁ ମିଶ୍ରଙ୍କ ସହ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଚଳିତବର୍ଷ ଜୁଲାଇ ୧ ତାରିଖରେ ରଥଯାତ୍ରା ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ...

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ...

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି...

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି।...

ତୃତୀୟ ଦିନରେ କୋରାପୁଟ ଲୋକ ସଭା ପାଇଁ ୨ ପ୍ରାର୍ଥୀ, ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୦ା୪(ଅମିତାଭ ବେହେରା): ଶନିବାର ନାମାଙ୍କନପତ୍ର ଦାଖଲର ତୃତୀୟ ଦିନ ହୋଇଥିବା ବେଳେ କୋରାପୁଟ ଲୋକ ସଭା ଆସନ ପାଇଁ ୨ ଜଣ ଓ କୋରାପୁଟ ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri