ଆମେରିକାରେ ଗଡ଼ିଲା ରଥ

ଓ୍ବାଶିଂଟନ୍‌,୫।୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଶ ବିଦେଶରେ ବି ପାଳିତ ହୋଇଛି। ଏହିକ୍ରମରେ ଆମେରିକାର ଫ୍ଲୋରିଡା ରାଜ୍ୟ ମଧ୍ୟ ବାଦ୍‌ ପଡ଼ିନାହିଁ। ଫ୍ଲୋରିଡାର ଟାମ୍ପା ସହରରେ ରହୁଥିବା ପ୍ରବାସୀ ଓଡ଼ିଆମାନେ ସନାତନ ହିନ୍ଦୁ ମନ୍ଦିରରେ ଜୁଲାଇ ୨ତାରିଖରେ ରଥଯାତ୍ରା ମହାସମାରୋହ ବହୁ ଧୁମ୍‌ଧାମ୍‌ରେ ଆୟୋଜନ କରିଥିଲେ। ଏହି ବର୍ଷ ମନ୍ଦିରର କର୍ତ୍ତୃପକ୍ଷ ଏବଂ ଫ୍ଲୋରିଡାରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କ ସହାୟତାରେ ନୂତନ ରଥ ଏବଂ ବିଗ୍ରହମାନଙ୍କ ପ୍ରତିଷ୍ଠା କରାଯାଇଥିଲା। ରଥଯାତ୍ରାରେ ଏକାଧିକ ଭକ୍ତମାନେ ଯୋଗଦେଇଥିଲେ। କାଳିଆଙ୍କ ଭକ୍ତଙ୍କ ପାଇଁ ଛପନ ଭୋଗର ମହାପ୍ରସାଦ ଆୟୋଜନ କରାଯାଇଥିଲା। ରଥଯାତ୍ରା ସମୟରେ ମହିଳା ଭକ୍ତମାନେ କଳସ ଯାତ୍ରାରେ ଭାଗ ନେବା ସହ ଓଡ଼ିଶୀ ନୃତ୍ୟର ମଧ୍ୟ ଆୟୋଜନ ହୋଇଥିଲା। ଭକ୍ତଙ୍କ ଘଣ୍ଟନାଦ, ହରିବୋଲ, ହୁଳହୁଳିରେ ଟାମ୍ପା ସହର ପ୍ରକମ୍ପିତ ହୋଇଉଠିଥିବା ବେଳେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା। ଅନ୍ୟପଟେ ରଥଯାତ୍ରା ପୂର୍ବରୁ ସନାତନ ମନ୍ଦିରରେ ସ୍ନାନଯାତ୍ରା ଓ ନେତ୍ରୋତ୍ସବ ମଧ୍ୟ ଆୟୋଜିତ ହୋଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?