ତିନିରଥର ସିଙ୍ଗଡ଼ା ବାଡ଼ିଆ ଅନୁକୂଳ

ପୁରୀ ଅଫିସ, ୬ ।୫: ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥ ଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଶୁକ୍ରବାର ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନିର୍ଦ୍ଦେଶ କ୍ରମେ ଯନ୍ତାଗାଡ଼ରେ ସିଙ୍ଗଡ଼ା ବାଡ଼ିଆ କାମ ଅନୁକୂଳ କରାଯାଇଛି। ମହାପ୍ରସାଦ ସମର୍ପଣ ଓ ତ୍ରିଫଳ ଭାଙ୍ଗି ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଅନୁକୂଳ କରାଯାଇଥିଲା। ତିନିରଥର ରୂପକାର ସେବକମାନେ ୧୨ଟି ଗୁଜକାଠରେ ଶ୍ରୀନୃସିଂହ ଦେବଙ୍କ ପ୍ରତିମା ଖୋଦେଇ ଜାରି ରଖିଛନ୍ତି। ରଥ ନିର୍ମାଣର ଦ୍ୱାଦଶ ଦିବସରେ ଅନୁକୂଳ ପୂଜା ପରେ ତିନିରଥର ତିନିଟି ଲେଖାଏ ତୁମ୍ବରେ ଅର ସଂଯୋଗ ହୋଇ ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଭୋଇସେବକମାନେ ସମ୍ପନ୍ନ କରିଛନ୍ତି। ଏଥିସହ ମହାରଣାମାନେ ତିନିରଥ ପାଇଁ ଆବଶ୍ୟକ ଗୁଜ ଚଉପଟ କାର୍ଯ୍ୟ ଶେଷ କରିଛନ୍ତି। ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥର ୧୬, ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥର ୧୨ ଏବଂ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ୧୬ଟି ଜଳଯନ୍ତ୍ର ନିର୍ମାଣ ଶେଷ ହୋଇଛି। ତିନିରଥର ପାଶର୍‌ବଦେବତାଙ୍କ ପାଇଁ ୯/୯ଟି ଆସ୍ଥାନ ପ୍ରେମ ବା ଜଳଯନ୍ତ୍ର ନିର୍ମାଣ ସରିଛି। ସେହିପରି ଯନ୍ତାପଟା ନିର୍ମାଣ ସରିଛି। ଶୁକ୍ରବାର ମହାରଣାମାନେ ତିନିରଥର ଦୁଇଟି ଲେଖାଏ ଯନ୍ତାପଟାରେ ତିନିଟି ଲେଖାଏ ବିନ୍ଧ କାର୍ଯ୍ୟ ସହ ୪/୪ଟି କିଳା ନିର୍ମାଣ କରିଛନ୍ତି। ଏହି ଯନ୍ତାପଟା ସାହାଯ୍ୟରେ ଚକ ନିର୍ମାଣ ପାଇଁ ଅରରେ ପଇ ପିନ୍ଧା କାର୍ଯ୍ୟ ହୋଇଥାଏ। ୫/୫ଟି ଚକ ପାଇଁ ଆବଶ୍ୟାକ ଅରଗୁଡିକର ମୁଖସାଲ କାର୍ଯ୍ୟ ସରିଛି। ରୂପକାର ସେବକମାନେ ତାଳଧ୍ୱଜ ରଥର ୨, ନନ୍ଦିଘୋଷ ରଥର ୨ ଏବଂ ଦେବଦଳନ ରଥର ୩ଟି ଗୁଜରେ ନୃସିଂହ ରୂପ ଖୋଦେଇ କାର୍ଯ୍ୟ ଜାରି ରଖିଛନ୍ତି। ଅପରପକ୍ଷରେ ଦୋଳବେଦିସ୍ଥିତ ଅସ୍ଥାୟୀ କମାରଶାଳରେ ତିନିରଥର ୪୨ ତୁମ୍ବ ପାଇଁ ଆବଶ୍ୟକ ବଳା ତଥା ପନ୍ଦାରି ନିର୍ମାଣ ଚାଲିଛି। ଶୁକ୍ରବାର ମୋଟ ମହାରଣା ୭୫ ଜଣ ନିୟୋଜିତ ଥିବାବେଳେ ଭୋଇ ସେବକ ୫୯, କରତି ସେବକ ୪, କମାର ସେବକ ୧୨, ପାହି ମହାରଣା ଜଣେ, ତୁମ୍ବବିନ୍ଧ କାରିଗର ଜଣେ, ରୂପକାର ସେବକ ୧୬ ଏବଂ ରଥଖଳା ସହାୟକ ଜଣେ ଏହିପରି ମୋଟ ୧୬୯ ଜଣ ସେବକ ଓ କାରିଗର ନିୟୋଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri