ଆଜି ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ ଅଫିସ, ୧୧ା୪: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ତଥା ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ରଥ ନିର୍ମାଣ ପାଇଁ ପର୍ଯ୍ୟାୟ କ୍ରମେ ରଥକାଠ ଆସି ପୁରୀରେ ପହଞ୍ଚୁଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି)ଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସମସ୍ତ ବିଭାଗ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ମାର୍ଚ୍ଚ ୨୯ରେ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଗତ ରଥଯାତ୍ରା ସମୟରେ କ’ଣ ସବୁ ତ୍ରୁଟି ରହିଥିଲା ଓ ସୁଧାର ପାଇଁ କି ପଦକ୍ଷେପ ନିଆଯିବ, ରଥକାଠ ସଂଗ୍ରହ, ବନ ପ୍ରକଳ୍ପ ପ୍ରଭୃତି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ତେବେ ମଙ୍ଗଳବାର କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ରଥଯାତ୍ରା ସମନ୍ବୟ କମିଟି ବୈଠକରେ ନୀତି ସମ୍ପାଦନ, ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥ କପଡ଼ା ସଂଗ୍ରହ, ପାନୀୟଜଳ ଓ ବିଦ୍ୟୁତ ଯୋଗାଣ, ରଥଟଣା, ପରିବହନ, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂସ୍ଥଳ, ଶାନ୍ତିଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ବେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ। ଏହି ବୈଠକରେ ଜିଲାପାଳଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ, ସେବାୟତ ଏବଂ ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇ ମତ ରଖିବେ। ଏ ନେଇ ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ କହିଛନ୍ତି, ମଙ୍ଗଳବାର ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରଥଯାତ୍ରା ସହ ପ୍ରତ୍ୟକ୍ଷ ଭାବେ ଜଡ଼ିତ ଥିବା ସମସ୍ତ ଅଧିକାରୀ ଓ ବ୍ୟକ୍ତିବିଶେଷଙ୍କୁ ଆମନ୍ତ୍ରଣ କରାଯାଇଛି। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯିବ। ବିଭିନ୍ନ ବିଭାଗର ଅଧିକାରୀମାନେ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେବେ। ଉଲ୍ଲେଖଯୋଗ୍ୟ, ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଦୁଇଥର ବୈଠକ ଅନୁଷ୍ଠିତ ହୋଇସାରିଛି।
ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ କହିଛନ୍ତି, ସମ୍ପ୍ରତି ଶ୍ରୀମନ୍ଦିର ଚାରିପାଖରେ ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟ ଚାଲିଛି, ଫଳରେ ସମସ୍ୟା ଦେଖାଯାଉଛି। ରଥଯାତ୍ରା ପୂର୍ବରୁ ନିର୍ମାଣ କାର୍ଯ୍ୟ ଶେଷ ହେବା ଭଳି ଜଣାପଡୁନାହିଁ। ତେବେ ରଥଯାତ୍ରା ପୂର୍ବରୁ ଅନ୍ତତଃପକ୍ଷେ ସିଂହଦ୍ୱାର ଠାରୁ ରାଜନଅର, ଗାଣ୍ଡୁଆଚଉରାଠାରୁ ଗଡ଼ନ୍ତୀ ଛକ, ଲକ୍ଷ୍ମୀବଜାର କାକୁଡ଼ିଖାଇ ଛକ ପର୍ଯ୍ୟନ୍ତ କାର୍ଯ୍ୟ ଶେଷ ହେବା ଆବଶ୍ୟକ ବୋଲି ଷଡ଼ଙ୍ଗୀ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri