ଆଜି ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ ଅଫିସ, ୧୧ା୪: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ତଥା ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ରଥ ନିର୍ମାଣ ପାଇଁ ପର୍ଯ୍ୟାୟ କ୍ରମେ ରଥକାଠ ଆସି ପୁରୀରେ ପହଞ୍ଚୁଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି)ଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସମସ୍ତ ବିଭାଗ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ମାର୍ଚ୍ଚ ୨୯ରେ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଗତ ରଥଯାତ୍ରା ସମୟରେ କ’ଣ ସବୁ ତ୍ରୁଟି ରହିଥିଲା ଓ ସୁଧାର ପାଇଁ କି ପଦକ୍ଷେପ ନିଆଯିବ, ରଥକାଠ ସଂଗ୍ରହ, ବନ ପ୍ରକଳ୍ପ ପ୍ରଭୃତି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ତେବେ ମଙ୍ଗଳବାର କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ରଥଯାତ୍ରା ସମନ୍ବୟ କମିଟି ବୈଠକରେ ନୀତି ସମ୍ପାଦନ, ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥ କପଡ଼ା ସଂଗ୍ରହ, ପାନୀୟଜଳ ଓ ବିଦ୍ୟୁତ ଯୋଗାଣ, ରଥଟଣା, ପରିବହନ, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂସ୍ଥଳ, ଶାନ୍ତିଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ବେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ। ଏହି ବୈଠକରେ ଜିଲାପାଳଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ, ସେବାୟତ ଏବଂ ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇ ମତ ରଖିବେ। ଏ ନେଇ ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ କହିଛନ୍ତି, ମଙ୍ଗଳବାର ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରଥଯାତ୍ରା ସହ ପ୍ରତ୍ୟକ୍ଷ ଭାବେ ଜଡ଼ିତ ଥିବା ସମସ୍ତ ଅଧିକାରୀ ଓ ବ୍ୟକ୍ତିବିଶେଷଙ୍କୁ ଆମନ୍ତ୍ରଣ କରାଯାଇଛି। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯିବ। ବିଭିନ୍ନ ବିଭାଗର ଅଧିକାରୀମାନେ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେବେ। ଉଲ୍ଲେଖଯୋଗ୍ୟ, ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଦୁଇଥର ବୈଠକ ଅନୁଷ୍ଠିତ ହୋଇସାରିଛି।
ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ କହିଛନ୍ତି, ସମ୍ପ୍ରତି ଶ୍ରୀମନ୍ଦିର ଚାରିପାଖରେ ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟ ଚାଲିଛି, ଫଳରେ ସମସ୍ୟା ଦେଖାଯାଉଛି। ରଥଯାତ୍ରା ପୂର୍ବରୁ ନିର୍ମାଣ କାର୍ଯ୍ୟ ଶେଷ ହେବା ଭଳି ଜଣାପଡୁନାହିଁ। ତେବେ ରଥଯାତ୍ରା ପୂର୍ବରୁ ଅନ୍ତତଃପକ୍ଷେ ସିଂହଦ୍ୱାର ଠାରୁ ରାଜନଅର, ଗାଣ୍ଡୁଆଚଉରାଠାରୁ ଗଡ଼ନ୍ତୀ ଛକ, ଲକ୍ଷ୍ମୀବଜାର କାକୁଡ଼ିଖାଇ ଛକ ପର୍ଯ୍ୟନ୍ତ କାର୍ଯ୍ୟ ଶେଷ ହେବା ଆବଶ୍ୟକ ବୋଲି ଷଡ଼ଙ୍ଗୀ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri