ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ ୧୦ଟାରୁ ଶ୍ରୀ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି, ପରେ ବଳଭଦ୍ର, ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି କରାଯାଉ ୩ ରଥକୁ ନିଆଯାଇଥିଲା। ପରେ ଆଦିବାସୀଙ୍କ ଦ୍ୱାରା ଅଣାଯାଇଥିବା ବିଭିନ୍ନ ଜଙ୍ଗଲୀ ଫଳକୁ ଠାକୁରଙ୍କ ନିକଟରେ ଭୋଗ କରାଯାଇଥିଲା। ଏହି ଅବସରରେ ଜିଲାପ୍ରଶାସନ ପକ୍ଷରୁ ଜିଲାର ବିଭିନ୍ନ ଗ୍ରାମର ନାୟକମାନଙ୍କୁ ସିରପା ପିନ୍ଧାଯାଇଥିଲା। ପରେ ରାଜା ପରି ସମ୍ମାନ ଦିଆଯାଉଥିବା ଦାସୀ ନାୟକ ରଥରେ ଛେରା ପହଁରା କରିବା ପରେ ଅପରାହ୍ନ ୧ଟାରୁ ପ୍ରଥମେ ବଳଭଦ୍ରଙ୍କ ରଥଟଣା ଆରମ୍ଭ ହୋଇଥିବା ଜଣାଯାଇଛି। ସନ୍ଧ୍ୟା ସୁଦ୍ଧା ସମସ୍ତ ୩ଟି ରଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବ ବୋଲି ପ୍ରଶାସନ ପକ୍ଷରୁ ଆଶା କରାଯାଇଛି। ଜିଲାପାଳ ଭିି. କୀର୍ତ୍ତିଭାସନ ଓ ଏସ୍‌ପି ନିଜେ ଉପସ୍ଥିତ ରହି ରଥଯାତ୍ରା କାର୍ଯ୍ୟକ୍ରମକୁ ଅନୁଧ୍ୟାନ କରୁଛନ୍ତି। ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ପାଇଁ ମୋଟ ୮ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଇଛି। ଏହି ରଥଯାତ୍ରାରେ ଜିଲା, ଜିଲା ବାହାର ଓ ପଡ଼ୋଶୀ ଛତିଶଗଡ଼ ଓ ଆନ୍ଧ୍ରର ବହୁ ଭକ୍ତ ସାମିଲ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri