ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ, ୫।୭(ଅଜିତ୍‌ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । କିଛି ସମୟ ପରେ ରଥଖଳାରୁ ସିଂହଦ୍ବାର ଯାଏ ୩ ରଥ ଟଣାଯିବ ।ରବିବାର ରଥ ପ୍ରତିଷ୍ଠା ପରେ ଚତୁର୍ଦ୍ଧା ବିଗ୍ରହ ତିନି ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ।
ଶ୍ରୀମନ୍ଦିରରେ ସକାଳ ଧୂପ ଶେଷ ହେବା ପରେ ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ୩ଟି ଆଜ୍ଞାମାଳ ଆଣି ଘଣ୍ଟ, ଛତା, କାହାଳୀ ସହ ରଥଖଳା ନିକଟକୁ ବିଜେ କରିଛନ୍ତି। ତେବେ ଚଳିତବର୍ଷ ତିଥି କ୍ଷୟ ଯୋଗୁ ଶ୍ରୀଗୁଣ୍ଡିଚା ଦିନ ଶ୍ରୀବିଗ୍ରହଙ୍କ ନବଯେୌବନ ଓ ନେତ୍ର ଉତ୍ସବ ଅନୁଷ୍ଠିତ ହେବ। ତେଣୁ ଶ୍ରୀବିଗ୍ରହଙ୍କଠାରୁ ରଥଖଳାକୁ ଆଜ୍ଞାମାଳ ଆସିବ ନାହିଁ। ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କ ନିକଟରୁ ଆଜ୍ଞାମାଳ ଆଣି ରଥତ୍ରୟ ନିକଟକୁ ବିଜେ କରାଇବେ। ପରମ୍ପରା ଅନୁଯାୟୀ, ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଆଜ୍ଞାମାଳ ପ୍ରଦାନ କରାଯିବ। ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଆଜ୍ଞାମାଳ ଦିଆଯିବ। ଭୋଇସେବକମାନେ ତେଲ ଦେଇ ରଥରେ ଦଉଡ଼ି ସଂଯୋଗ କରିବେ। ତାଳଧ୍ୱଜ ରଥରେ ବିଜେ କାହାଳୀ ବାଜିବା ପରେ ତିନିରଥ ଶ୍ରୀମନ୍ଦିର ନିକଟକୁ ଟଣାଯିବ। ପରମ୍ପରା ଅନୁସାରେ ପ୍ରଥମେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯିବ। ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯିବ। ପୋଲିସ ବାହିନୀ ସହାୟତାରେ ତିନିରଥକୁ ଟଣାଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?