ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର ରଥଚକ ରାଷ୍ଟ୍ରପତିଙ୍କ ଭବନରେ ପ୍ରଦର୍ଶିତ ହେବ ବୋଲି ମଙ୍ଗଳବାର ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଥିପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ବୀକୃତି ପ୍ରଦାନ କରିଛନ୍ତି।
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୟରେ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀ ତାଙ୍କୁ ଭେଟି ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଗୋଟିଏ ଲେଖାଏ ଚକ ରାଷ୍ଟ୍ରପତି ଭବନ ପରିସରରେ ସ୍ଥାନିତ କରିବା ଲାଗି ବ୍ୟବସ୍ଥା କରିବାକୁ ନିବେଦନ କରିଥିଲେ। ଉକ୍ତ ପ୍ରସ୍ତାବରେ ରାଷ୍ଟ୍ରପତି ସହମତି ପ୍ରଦାନ କରିଥିବାରୁ ଆମେ ଗଭୀର କୃତଜ୍ଞ। ଏହା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦ ଓ ଗର୍ବର ବିଷୟ। ଆମେ ୩ଟି ପବିତ୍ର ଚକ ରାଷ୍ଟ୍ରପତି ଭବନକୁ ପଠାଇବୁ ବୋଲି ପାଢ଼ୀ କହିଛନ୍ତି। ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ରକୁ ଭାରତୀୟ ଗଣତନ୍ତ୍ରର ମୁଖ୍ୟସ୍ଥଳରେ ପହଞ୍ଚାଇବା ଏହାର ମୂଳ ଲକ୍ଷ୍ୟ। ଏହି ଚକଗୁଡ଼ିକ କେବଳ କାରିଗରିର ପ୍ରତିନିଧିତ୍ୱ କରୁନାହିଁ ବରଂ ବହୁ ଶତାବ୍ଦୀର ଭକ୍ତିଭାବକୁ ବହନ କରୁଛି। ରାଷ୍ଟ୍ରପତି ଭବନରେ ସେଗୁଡ଼ିକର ଉପସ୍ଥିତି ଜଗନ୍ନାଥ ସଂସ୍କୃତିର ବ୍ୟାପକତାକୁ ସ୍ମରଣ କରାଇବ ବୋଲି ପାଢ଼ୀ କହିଛନ୍ତି। ଗତବର୍ଷ ଅଗଷ୍ଟରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ପାର୍ଲାମେଣ୍ଟ ପରିସରରେ ୩ ରଥଚକ ସ୍ଥାପନ କରିବା ପ୍ରସ୍ତାବକୁ ଗ୍ରହଣ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?