ବିଭାଗର ଦୂରଦୃଷ୍ଟି ଅଭାବରୁ ରାଥିବାଲି ଜଳପ୍ରପାତ ନେଉଛି ଜୀବନ

ପଟ୍ଟାଙ୍ଗି,୧୫ା୫(ଶରତ ଧଳ): ଖରାଦିନ ହେଉ ବା ପର୍ଯ୍ୟଟନ ଋତୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ନିଜ ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ସହ ବୁଲିବାକୁ ଯାଇଥାନ୍ତି। ତେବେ ପର୍ଯ୍ୟଟକଙ୍କ ପାଇଁ ପର୍ଯ୍ୟଟନ ସ୍ଥଳରେ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ହେଉ ନ ଥିବାରୁ ଅନେକ ସମୟରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳରେ ପର୍ଯ୍ୟଟକମାନେ ମୃତ୍ୟୁ ମୁଖରେ ପଡୁଛନ୍ତି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ରଥିବାଲିସ୍ଥିତ ଗାଲିଗାବଡ଼ର ଜଳପ୍ରପାତ ପର୍ଯ୍ୟଟନ ସ୍ଥଳରେ ସୋମବାର ଏପରି ଏକ ଦୁର୍ଘଟଣା ଘଟିଛି। ୩ଜଣ ସାଙ୍ଗ ଏହି ପର୍ଯ୍ୟଟନ ସ୍ଥଳକୁ ବୁଲିବାକୁ ଆସି ୨ଜଣ ଜଳ ପ୍ରପାତରେ ଗାଧୋଉଥିବା ବେଳେ ତଳକୁ ଗୋଡ ଦବିଯିବାରୁ ବୁଡିଯାଇଥିଲେ। ଖବରପାଇ ଗ୍ରାମବାସୀ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ସେମାନଙ୍କୁ ଜଳପ୍ରପାତରେ ବହୁ ସମୟ ଧରି ଖୋଜାଖୋଜି କରି ଉଭୟଙ୍କ ମୃତଦେହ ଉଦ୍ଧାର କରିଥିଲେ।

ତେବେ ପର୍ଯ୍ୟଟନ ବିଭାଗ ଅବା ଜିଲା ପ୍ରଶାସନ ପର୍ଯ୍ୟଟନ ସ୍ଥଳରେ ପର୍ଯ୍ୟଟକଙ୍କ ପାଇଁ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରୁ ନ ଥିବାରୁ ବାରମ୍ବାର ଏପରି ଦୁର୍ଘଟଣାମାନ ଘଟୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି। ଉକ୍ତ ପର୍ଯ୍ୟଟନ ସ୍ଥଳରେ ଗତ ଡିସେମ୍ବରରୁ ଚଳିତ ମେ ମାସ ମଧ୍ୟରେ ୩ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହେଲେଣି।

ଏ ସମ୍ପର୍କରେ ପ୍ରଶାସନ ଓ ପର୍ଯ୍ୟଟନ ବିଭାଗ ନିକଟରେ ଖବର ରହିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ତତ୍ପରତା ପ୍ରକାଶ ପାଇନାହିଁ। ଏହି ପର୍ଯ୍ୟଟନ ସ୍ଥଳରେ ଏପରି ବାରମ୍ବାର ଅଘଟଣ ଘଟୁଥିବାରୁ ପଟ୍ଟାଙ୍ଗି ବିକାଶ ପରିଷଦ ଏବଂ ଓଡିଶା ମୋଟର ଚାଳକ ସଂଘର ପଟ୍ଟାଙ୍ଗି ଶାଖା ଉଦ୍‌ବେଗ ପ୍ରକାଶ କରିଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ପର୍ଯ୍ୟଟନ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା କରିବା ନିମନ୍ତେ ଉଭୟ ସଙ୍ଗଠନ ଦାବି କରିଛନ୍ତି । ଏ ସମ୍ପର୍କରେ ଜିଲା ପର୍ଯ୍ୟଟନ ଅଧିକାରୀ ତାଲିନା ପ୍ରଧାନୀଙ୍କୁ ପଚାରିବାରୁ ସେ କହିଲେ,ସେଠାରେ ପର୍ଯ୍ୟଟକମାନଙ୍କୁସଚେତନ କରିବାକୁ ବିଭିନ୍ନ ସଚେତନତାମୂଳକ ବୋର୍ଡ ମରାଯାଇଛି। ଏହା ସତ୍ତ୍ୱେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ପର୍ଯ୍ୟଟକମାନଙ୍କ ଜୀବନହାନି ଘଟୁଛି। ଆମେ ସେଠାରେ ଏକ ବାରିକେଟ୍‌ କରିବାକୁ ନିଷ୍ପତ୍ତି ନେଇଛୁ। ନିର୍ବାଚନ ପରେ ଜିଲାପାଳଙ୍କ ସହ ଆଲୋଚନା କରି ଏ ଦିଗରେ ଆଗେଇବୁ ବୋଲି ପ୍ରଧାନୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri