ବଡ଼ଦାଣ୍ଡରେ ଗଡ଼ିଲା ରଥ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର।

ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ର ପରେ ମା’ ସୁଭଦ୍ରା ଏବଂ ଶେଷରେ କାଳିଆ ଆଆନ୍ତ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିଲେ। ରଥାରୂଢ଼ ୩ ଠାକୁରଙ୍କୁ ଛେରାପହଁରା କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସମସ୍ତ ନୀତିକାନ୍ତି ଶେଷ ପରେ ଆରମ୍ଭ ହୋଇଛି ରଥ ଟଣା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ଗଡ଼ିଛି ତାଳଧ୍ବଜ ରଥ। ପରେ ମା’ ସୁଭଦ୍ରଙ୍କ ରଥ ଟଣା ହେବ। ଶେଶରେ କାଳିଆ ଠାକୁରଙ୍କ ରଥଟଣା ହେବ। ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri