ଆଜି ଦର୍ଶନ ଦେବେ ରଥାରୂଢ଼ ଦାରୁଦିଅଁ

ପୁରୀ ଅଫିସ,୧ା୭: ଆଷାଢ଼ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ଶୁକ୍ରବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ ଓ ଭକ୍ତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଭକ୍ତଙ୍କୁ ଦର୍ଶନ ଦେବା ଲାଗି ଶ୍ରୀମନ୍ଦିର ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ରଥାରୂଢ଼ ହୋଇ ଭଉଣୀ ଓ ବଡ଼ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଯିବେ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଦାରୁଦିଅଁଙ୍କ ଦୁର୍ଲ୍ଲଭ ଦର୍ଶନ କରି ନିଜକୁ କୃତାର୍ଥ ମଣିବେ। ଏଥିଲାଗି ଭକ୍ତିମୟ ପରିବେଶ ସାଙ୍ଗକୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ଗତ ଦୁଇବର୍ଷ ଧରି କରୋନା କଟକଣା କାରଣରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସମ୍ପନ୍ନ ହୋଇଥିଲା। ଦୁଇବର୍ଷ ପରେ ପୁଣି ପୁରୀ ବଡ଼ଦାଣ୍ଡରେ ଭକ୍ତ- ଭଗବାନଙ୍କ ମିଳନ ଘଟିବ। ତେଣୁ ସମସ୍ତଙ୍କ ମନରେ ଭରିଛି ଅଜସ୍ର ଆନନ୍ଦ ଆଉ ଉତ୍ସାହ। ଏହି କ୍ରମରେ ପରମ୍ପରା ଅନୁଯାୟୀ, ଗୁରୁବାର ଆଷାଢ଼ ଶୁକ୍ଳ ପ୍ରତିପଦା ତିଥିରେ ରଥଖଳାରୁ ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଆସିଛି। ଏଥିପାଇଁ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ଭୋର ୪ଟା ୨୦ରେ ମଙ୍ଗଳ ଆଳତି, ୪ଟା ୨୫ରେ ମଇଲମ, ୪ଟା ୫୦ରେ ତଡ଼ପଲାଗି, ୫ଟା ୨୫ରେ ଅବକାଶ, ୫ଟା ୫୫ରେ ରୋଷ ହୋମ ଓ ବେଶ ଶେଷ ପରେ ଅନ୍ୟାନ୍ୟ ନୀତି ବଢ଼ି ସକାଳ ୮ଟା ୨୦ରେ ସକାଳ ଧୂପ ସମ୍ପନ୍ନ ହୋଇଥିଲା। ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ତିନୋଟି ଆଜ୍ଞାମାଳ ଆଣି ଘଣ୍ଟ, ଛତା, କାହାଳି ସହ ରଥଖଳା ନିକଟକୁ ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ପ୍ରଦାନ କରାଯାଇଥିଲା।
ପରେ ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ବିଜେ କାହାଳି ବାଜିବା ପରେ ପ୍ରଥମେ ନନ୍ଦିଘୋଷ, ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ନିଆଯାଇଥିଲା। ଭକ୍ତିସଙ୍ଗୀତ ଓ ଭକ୍ତିଅର୍ଘ୍ୟର ତାଳେ ତାଳେ ପୋଲିସ ବାହିନୀ ଓ ଭକ୍ତମାନେ ରଥ ଟାଣିଥିଲେ। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନି ରଥକୁ କଡ଼ା ସୁରକ୍ଷା ବଳୟରେ ବ୍ୟାରିକେଡ୍‌ ମଧ୍ୟରେ ରଖାଯାଇଛି। ପରେ ବିଭିନ୍ନ ଫୁଲରେ ତିନି ରଥକୁ ସୁସଜ୍ଜିତ କରାଯାଇଛି। ତିନି ରଥରେ ଭୋଇ ସେବକମାନେ ଚାରମାଳ ବାନ୍ଧିବା ପରେ ସାରଥିଙ୍କୁ ଉଠାଇଥିଲେ। ରାତିରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଦଇତାପତି ସେବକମାନେ ଶ୍ରୀଅଙ୍ଗ ସୁରକ୍ଷା ଲାଗି ସେନାପଟା ଓ ବାହୁଟ କଣ୍ଟ କରିଥିଲେ। ଶୁକ୍ରବାର ରଥଯାତ୍ରା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସକାଳ ୬ଟା, ମଇଲମ ୬ଟା ୧୦, ଅବକାଶ ୭ଟା, ସକାଳ ଧୂପ ୮ଟା, ରଥ ପ୍ରତିଷ୍ଠା ୯ଟା, ମଙ୍ଗଳାର୍ପଣ ୯ଟା ୧୫, ପହଣ୍ଡି ୯ଟା ୩୦, ପହଣ୍ଡି ଶେଷ ମଧ୍ୟାହ୍ନ ୧୨.୩୦, ଚିତାଲାଗି ଅପରାହ୍ନ ୧.୩୦, ଛେରାପହଁରା ୨.୩୦ରୁ ୩ଟା ୩୦, ଚାରମାଳ ଓ ଘୋଡ଼ାଲାଗି ୩ଟାରୁ ୪ଟା ଏବଂ ରଥଟଣା ଅପରାହ୍ନ ୪ଟାରେ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିନିର୍ଘଣ୍ଟ କରାଯାଇଛି। ରଥ ଉପରେ କନକମୁଣ୍ଡି ସ୍ଥାପନ ଓ ରଥ ପ୍ରତିଷ୍ଠା ପରେ ଧାଡ଼ିପହଣ୍ଡିରେ ରଥାରୂଢ଼ ହେବେ ଚତୁର୍ଦ୍ଧା ବିଗ୍ରହ। ଏବେ ସେହି ମହାର୍ଘ ମୁହୂର୍ତ୍ତକୁ ସମସ୍ତେ ଚାହିଁବସିଛନ୍ତି। ଅନ୍ୟପକ୍ଷରେ ସମସ୍ତ ନୀତିକାନ୍ତି ଶୃଙ୍ଖଳିତ ଭାବେ ଶେଷ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଆଶା ରଖିଛି। ପୁରୀ ସହରରେ ଟ୍ରାଫିକ ମୋବିଲିଟି ପ୍ଲାନ୍‌ କାର୍ଯ୍ୟକାରୀ ହୋଇଛି। ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଓ ସିସିଟିଭି ନଜରରେ ରହିଛି ପୁରୀ ସହର। ୧୮୦ ପ୍ଲାଟୁନ୍‌ ଫୋର୍ସ ସମେତ ଏକ ହଜାର ବଛା ବଛା ଅଧିକାରୀ, ସାଦା ପୋଷାକଧାରୀ ପୋଲିସ, ବୋମା ନିଷ୍କ୍ରିୟକାରୀ ଦଳ ଏବଂ ସ୍ବତନ୍ତ୍ର ଟାକ୍ଟିକାଲ୍‌ ୟୁନିଟ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri