ଆଜି ଦର୍ଶନ ଦେବେ ରଥାରୂଢ଼ ଦାରୁଦିଅଁ

ପୁରୀ ଅଫିସ,୧ା୭: ଆଷାଢ଼ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ଶୁକ୍ରବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ ଓ ଭକ୍ତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଭକ୍ତଙ୍କୁ ଦର୍ଶନ ଦେବା ଲାଗି ଶ୍ରୀମନ୍ଦିର ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ରଥାରୂଢ଼ ହୋଇ ଭଉଣୀ ଓ ବଡ଼ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଯିବେ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଦାରୁଦିଅଁଙ୍କ ଦୁର୍ଲ୍ଲଭ ଦର୍ଶନ କରି ନିଜକୁ କୃତାର୍ଥ ମଣିବେ। ଏଥିଲାଗି ଭକ୍ତିମୟ ପରିବେଶ ସାଙ୍ଗକୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ଗତ ଦୁଇବର୍ଷ ଧରି କରୋନା କଟକଣା କାରଣରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସମ୍ପନ୍ନ ହୋଇଥିଲା। ଦୁଇବର୍ଷ ପରେ ପୁଣି ପୁରୀ ବଡ଼ଦାଣ୍ଡରେ ଭକ୍ତ- ଭଗବାନଙ୍କ ମିଳନ ଘଟିବ। ତେଣୁ ସମସ୍ତଙ୍କ ମନରେ ଭରିଛି ଅଜସ୍ର ଆନନ୍ଦ ଆଉ ଉତ୍ସାହ। ଏହି କ୍ରମରେ ପରମ୍ପରା ଅନୁଯାୟୀ, ଗୁରୁବାର ଆଷାଢ଼ ଶୁକ୍ଳ ପ୍ରତିପଦା ତିଥିରେ ରଥଖଳାରୁ ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଆସିଛି। ଏଥିପାଇଁ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ଭୋର ୪ଟା ୨୦ରେ ମଙ୍ଗଳ ଆଳତି, ୪ଟା ୨୫ରେ ମଇଲମ, ୪ଟା ୫୦ରେ ତଡ଼ପଲାଗି, ୫ଟା ୨୫ରେ ଅବକାଶ, ୫ଟା ୫୫ରେ ରୋଷ ହୋମ ଓ ବେଶ ଶେଷ ପରେ ଅନ୍ୟାନ୍ୟ ନୀତି ବଢ଼ି ସକାଳ ୮ଟା ୨୦ରେ ସକାଳ ଧୂପ ସମ୍ପନ୍ନ ହୋଇଥିଲା। ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ତିନୋଟି ଆଜ୍ଞାମାଳ ଆଣି ଘଣ୍ଟ, ଛତା, କାହାଳି ସହ ରଥଖଳା ନିକଟକୁ ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ପ୍ରଦାନ କରାଯାଇଥିଲା।
ପରେ ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ବିଜେ କାହାଳି ବାଜିବା ପରେ ପ୍ରଥମେ ନନ୍ଦିଘୋଷ, ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ନିଆଯାଇଥିଲା। ଭକ୍ତିସଙ୍ଗୀତ ଓ ଭକ୍ତିଅର୍ଘ୍ୟର ତାଳେ ତାଳେ ପୋଲିସ ବାହିନୀ ଓ ଭକ୍ତମାନେ ରଥ ଟାଣିଥିଲେ। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନି ରଥକୁ କଡ଼ା ସୁରକ୍ଷା ବଳୟରେ ବ୍ୟାରିକେଡ୍‌ ମଧ୍ୟରେ ରଖାଯାଇଛି। ପରେ ବିଭିନ୍ନ ଫୁଲରେ ତିନି ରଥକୁ ସୁସଜ୍ଜିତ କରାଯାଇଛି। ତିନି ରଥରେ ଭୋଇ ସେବକମାନେ ଚାରମାଳ ବାନ୍ଧିବା ପରେ ସାରଥିଙ୍କୁ ଉଠାଇଥିଲେ। ରାତିରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଦଇତାପତି ସେବକମାନେ ଶ୍ରୀଅଙ୍ଗ ସୁରକ୍ଷା ଲାଗି ସେନାପଟା ଓ ବାହୁଟ କଣ୍ଟ କରିଥିଲେ। ଶୁକ୍ରବାର ରଥଯାତ୍ରା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସକାଳ ୬ଟା, ମଇଲମ ୬ଟା ୧୦, ଅବକାଶ ୭ଟା, ସକାଳ ଧୂପ ୮ଟା, ରଥ ପ୍ରତିଷ୍ଠା ୯ଟା, ମଙ୍ଗଳାର୍ପଣ ୯ଟା ୧୫, ପହଣ୍ଡି ୯ଟା ୩୦, ପହଣ୍ଡି ଶେଷ ମଧ୍ୟାହ୍ନ ୧୨.୩୦, ଚିତାଲାଗି ଅପରାହ୍ନ ୧.୩୦, ଛେରାପହଁରା ୨.୩୦ରୁ ୩ଟା ୩୦, ଚାରମାଳ ଓ ଘୋଡ଼ାଲାଗି ୩ଟାରୁ ୪ଟା ଏବଂ ରଥଟଣା ଅପରାହ୍ନ ୪ଟାରେ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିନିର୍ଘଣ୍ଟ କରାଯାଇଛି। ରଥ ଉପରେ କନକମୁଣ୍ଡି ସ୍ଥାପନ ଓ ରଥ ପ୍ରତିଷ୍ଠା ପରେ ଧାଡ଼ିପହଣ୍ଡିରେ ରଥାରୂଢ଼ ହେବେ ଚତୁର୍ଦ୍ଧା ବିଗ୍ରହ। ଏବେ ସେହି ମହାର୍ଘ ମୁହୂର୍ତ୍ତକୁ ସମସ୍ତେ ଚାହିଁବସିଛନ୍ତି। ଅନ୍ୟପକ୍ଷରେ ସମସ୍ତ ନୀତିକାନ୍ତି ଶୃଙ୍ଖଳିତ ଭାବେ ଶେଷ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଆଶା ରଖିଛି। ପୁରୀ ସହରରେ ଟ୍ରାଫିକ ମୋବିଲିଟି ପ୍ଲାନ୍‌ କାର୍ଯ୍ୟକାରୀ ହୋଇଛି। ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଓ ସିସିଟିଭି ନଜରରେ ରହିଛି ପୁରୀ ସହର। ୧୮୦ ପ୍ଲାଟୁନ୍‌ ଫୋର୍ସ ସମେତ ଏକ ହଜାର ବଛା ବଛା ଅଧିକାରୀ, ସାଦା ପୋଷାକଧାରୀ ପୋଲିସ, ବୋମା ନିଷ୍କ୍ରିୟକାରୀ ଦଳ ଏବଂ ସ୍ବତନ୍ତ୍ର ଟାକ୍ଟିକାଲ୍‌ ୟୁନିଟ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri