ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି ଶେଷ ହେଉଥିବା ବେଳେ ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ରିପୋର୍ଟ ଅନୁସାରେ, ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଲୋକଙ୍କ E-KYC ଶେଷ ହୋଇଛି  । ଯୋଗାଣ ବିଭାଗରୁ ମିଳିଥିବା ସୂଚନା ମୁତାବକ, ରାଜ୍ୟରେ ୩ କୋଟି ୨୫ ଲକ୍ଷ ୫୧ ହଜାର ୭୭୩ ଜଣ ହିତାଧିକାରୀଙ୍କ ଇ-କେୱାଇସି କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ଏବେ ଯାଏ ୮ ଲକ୍ଷ ରାସନ କାର୍ଡ ବାଣ୍ଟି ସାରିଲେଣି ସରକାର। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩ ଲକ୍ଷରୁ ଅଧିକ ରାସନ କାର୍ଡ ହିତାଧିକାରୀ ନିଜର ଇ-କେୱାଇସି କରିନାହାନ୍ତି। ତେବେ ଇ-କେୱାଇସି କରି ନଥିବା ହିତାଧିକାରୀ ପୂର୍ବଭଳି ରାମନ ସାମଗ୍ରୀ ପାଇବା ଜଣାପଡ଼ିଛି।

ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧ଲକ୍ଷ ୪୨ହଜାର ୩୫୭ ଜଣ, କଳାହାଣ୍ଡି ୭୧ ହଜାର, ବଲାଙ୍ଗୀର ୬୮ ହଜାର, ବାଲେଶ୍ଵର ୬୪ ହଜାର, ମୟୂରଭଞ୍ଜ ୬୧ ହଜାର, ପୁରୀ ୬୨ ହଜାର, ଯାଜପୁରରେ ୬୦ ହଜାର ଲୋକ ଏହି ପ୍ରକ୍ରିୟାରେ ସାମିଲ ହୋଇନାହାନ୍ତି। ଦେବଗଡ଼ ଜିଲ୍ଲାରେ ସର୍ବନିମ୍ନ ୬୪୫୩ ଜଣଙ୍କ ଇ-କେୱାଇସି ହୋଇନାହିଁ । ତେବେ ଇ-କେୱାଇସିକୁ ନେଇ ରାଜ୍ୟ ସରକାର ଲଗାତାର ଭାବେ ଅବଧି ବୃଦ୍ଧି କରି ଚାଲିଛନ୍ତି। ଏହାରି ଭିତରେ ଆଉ ଦୁଇମାସ ବଢ଼ିଛି ଅବଧି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri